Posted inରାଜ୍ୟ

ବାଲେଶ୍ୱର ଉପନିର୍ବାଚନ: ୭୦ ପ୍ରତିଶତ ମତଦାନ: ତିର୍ତ୍ତୋଲ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଉଭୟ ନିର୍ବାଚନ ମଣ୍ଡଳୀରେ ୭୦ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ୱରରେ ସନ୍ଧ୍ୟା ୬ଟା ସୁଦ୍ଧା ୭୧ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୬୯.୯୯ ପ୍ରତିଶତ ହୋଇଛି। ଭୋଟଗ୍ରହଣ ମଙ୍ଗଳବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୭ଟା ଯାଏ ଚାଲିଥିଲା। ଭୋଟଗ୍ରହଣ ଶାନ୍ତିଶୃ୍‌ଙ୍ଖଳାର ସହ ଶେଷ ହୋଇଛି। କୌଣସି ଗଣ୍ଡୋଗୋଳ ହୋଇ ନ ଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୩୭ ହଜାର ୨୮୨ ଓ ବାଲେଶ୍ୱର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨ ଲକ୍ଷ ୩୦ ହଜାର ୨୯୬ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୧୦ ତାରିଖରେ ଭୋଟ ଗଣତି ହେବ।
ସୂଚନା ଯୋଗ୍ୟ, ବାଲେଶ୍ୱର ଭାଜପା ବିଧାୟକ ମଦନ ମୋହନ ଦତ୍ତ ଏବଂ ତିର୍ତ୍ତୋଲ ବିଜେଡି ବିଧାୟକ ବିଷ୍ଣୁ ଚରଣ ଦାସକଙ୍କ ବିୟୋଗ ପରେ ଉକ୍ତ ଦୁଇ ଆସନରେ ଉପନିର୍ବାଚନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri