ରଥଯାତ୍ରା ପାଇଁ ୭୦ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ,୧୦ା୭: ପୁରୀରେ ରଥଯାତ୍ରା ପାଇଁ ପ୍ରାୟ ୭୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ସହରରେ ନୋ ଭେଇକିଲ୍‌ ଜୋନ୍‌ ପ୍ରସ୍ତୁତ କରାଯିବ। ସେହିପରି ସହରରେ କର୍ଫ୍ୟୁ ଜାରି କରାଯିବ। ଆସନ୍ତା ୧୧ ତାରିଖ ରାତ୍ର ୮ଟାରୁ ୧୩ ତାରିଖ ରାତ୍ର ୮ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ। ତେବେ ଜରୁରିକାଳୀନ ସ୍ଥିତିରେ ସାଧାରଣ ଲୋକଙ୍କୁ ଯାତାୟତ ଅନୁମତି ଦିଆଯିବ। ସ୍ବାସ୍ଥ୍ୟଗତ ସମସ୍ୟା ସମୟରେ ସାଧାରଣ ଲୋକଙ୍କୁ ଗ୍ରୀନ୍‌ ଜୋନ୍‌ ଦେଇ ଡାକ୍ତରଖାନା ଯିବାକୁ ପଡ଼ିବ। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଅଧିକାରୀ ନିୟୋଜିତ ହେବେ। ତେବେ ସ୍ବାସ୍ଥ୍ୟଗତ ଓ ଜରୁରିକାଳୀନ ସ୍ଥିତିକୁ ବାଦ୍‌ ଦେଇ ଅନ୍ୟ କୌଣସି କାରଣ ଦେଖାଇ ସାଧାରଣ ଲୋକେ ଘରୁ ବାହାରି ପାରିବେ ନାହିଁ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। କର୍ଫ୍ୟୁ ସମୟରେ ଦୋକାନ ବଜାର ବନ୍ଦ ରହିବ। ତେଣୁ କର୍ଫ୍ୟୁ ପୂର୍ବରୁ ଆବଶ୍ୟକ ଜିନିଷପତ୍ର କିଣିନେବା ପାଇଁ ପୁରୀ ସହରବାସୀଙ୍କୁ ଜିଲାପାଳ ଅନୁରୋଧ କରିଛନ୍ତି।
ସେହିପରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି, ଶ୍ରୀମନ୍ଦିରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ପ୍ରତି ଗଳିରେ ବ୍ୟାରିକେଡ୍‌ ବ୍ୟବସ୍ଥା ହେବ। ସାହିଗୁଡ଼ିକରେ ମଧ୍ୟ ବ୍ୟାରିକେଡିଂ କରାଯିବ। ଏହାବ୍ୟତୀତ ପୁରୀ ସହରର ପ୍ରବେଶ ପଥ ସିଲ୍‌ କରାଯିବା ସହ ଜିଲାର ପ୍ରବେଶ ପଥରେ କଡ଼ା ଯାଞ୍ଚ ହେବ। ଭୁବନେଶ୍ୱର, କୋଣାର୍କ ଓ ବ୍ରହ୍ମଗିରି ପଟୁ ପୁରୀ ସହରକୁ ପ୍ରବେଶ କରୁଥିବା ଲୋକଙ୍କୁ ଯାଞ୍ଚ କରାଯିବ। ଅନଧିକାର ଲୋକଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ। ରଥଯାତ୍ରା ଦିନ ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଆରମ୍ଭ ହେବ। ରଥଯାତ୍ରା ପାଇଁ ପାଖାପାଖି ୨ହଜାରରୁ ଊର୍ଦ୍ଧ୍ୱ ସେବାୟତ, କର୍ମଚାରୀଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ ହୋଇ ସାରିଲାଣି। ନେଗେଟିଭ୍‌ ଥିବା ବ୍ୟକ୍ତିଙ୍କୁ ଅନୁମତି ମିଳିବ ନାହିଁ। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri