ରଥଯାତ୍ରା ପାଇଁ ୭୦ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ,୧୦ା୭: ପୁରୀରେ ରଥଯାତ୍ରା ପାଇଁ ପ୍ରାୟ ୭୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ସହରରେ ନୋ ଭେଇକିଲ୍‌ ଜୋନ୍‌ ପ୍ରସ୍ତୁତ କରାଯିବ। ସେହିପରି ସହରରେ କର୍ଫ୍ୟୁ ଜାରି କରାଯିବ। ଆସନ୍ତା ୧୧ ତାରିଖ ରାତ୍ର ୮ଟାରୁ ୧୩ ତାରିଖ ରାତ୍ର ୮ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ। ତେବେ ଜରୁରିକାଳୀନ ସ୍ଥିତିରେ ସାଧାରଣ ଲୋକଙ୍କୁ ଯାତାୟତ ଅନୁମତି ଦିଆଯିବ। ସ୍ବାସ୍ଥ୍ୟଗତ ସମସ୍ୟା ସମୟରେ ସାଧାରଣ ଲୋକଙ୍କୁ ଗ୍ରୀନ୍‌ ଜୋନ୍‌ ଦେଇ ଡାକ୍ତରଖାନା ଯିବାକୁ ପଡ଼ିବ। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଅଧିକାରୀ ନିୟୋଜିତ ହେବେ। ତେବେ ସ୍ବାସ୍ଥ୍ୟଗତ ଓ ଜରୁରିକାଳୀନ ସ୍ଥିତିକୁ ବାଦ୍‌ ଦେଇ ଅନ୍ୟ କୌଣସି କାରଣ ଦେଖାଇ ସାଧାରଣ ଲୋକେ ଘରୁ ବାହାରି ପାରିବେ ନାହିଁ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। କର୍ଫ୍ୟୁ ସମୟରେ ଦୋକାନ ବଜାର ବନ୍ଦ ରହିବ। ତେଣୁ କର୍ଫ୍ୟୁ ପୂର୍ବରୁ ଆବଶ୍ୟକ ଜିନିଷପତ୍ର କିଣିନେବା ପାଇଁ ପୁରୀ ସହରବାସୀଙ୍କୁ ଜିଲାପାଳ ଅନୁରୋଧ କରିଛନ୍ତି।
ସେହିପରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି, ଶ୍ରୀମନ୍ଦିରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ପ୍ରତି ଗଳିରେ ବ୍ୟାରିକେଡ୍‌ ବ୍ୟବସ୍ଥା ହେବ। ସାହିଗୁଡ଼ିକରେ ମଧ୍ୟ ବ୍ୟାରିକେଡିଂ କରାଯିବ। ଏହାବ୍ୟତୀତ ପୁରୀ ସହରର ପ୍ରବେଶ ପଥ ସିଲ୍‌ କରାଯିବା ସହ ଜିଲାର ପ୍ରବେଶ ପଥରେ କଡ଼ା ଯାଞ୍ଚ ହେବ। ଭୁବନେଶ୍ୱର, କୋଣାର୍କ ଓ ବ୍ରହ୍ମଗିରି ପଟୁ ପୁରୀ ସହରକୁ ପ୍ରବେଶ କରୁଥିବା ଲୋକଙ୍କୁ ଯାଞ୍ଚ କରାଯିବ। ଅନଧିକାର ଲୋକଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ। ରଥଯାତ୍ରା ଦିନ ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଆରମ୍ଭ ହେବ। ରଥଯାତ୍ରା ପାଇଁ ପାଖାପାଖି ୨ହଜାରରୁ ଊର୍ଦ୍ଧ୍ୱ ସେବାୟତ, କର୍ମଚାରୀଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ ହୋଇ ସାରିଲାଣି। ନେଗେଟିଭ୍‌ ଥିବା ବ୍ୟକ୍ତିଙ୍କୁ ଅନୁମତି ମିଳିବ ନାହିଁ। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri