୭୦% ସିଟ୍‌ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ସଂରକ୍ଷଣ

କଟକ ଅଫିସ, ୧୬ା୩: କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ(ଏମ୍‌ଏଲ୍‌ୟୁ)ରେ ଅଧ୍ୟୟନ ନିମନ୍ତେ ଓଡ଼ିଶାର ଛାତ୍ରୀଛାତ୍ରଙ୍କ ପାଇଁ ୭୦% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା କରାଯିବ। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୨୪ଟି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଅଗ୍ରାଧିକାର ଭିତ୍ତିରେ ଏହି ସୁବିଧା ମିଳିବ। ବାହାର ରାଜ୍ୟର ଛାତ୍ରୀଛାତ୍ରଙ୍କ ପାଇଁ ଅବଶିଷ୍ଟ ୩୦% ସିଟ୍‌ ବ୍ୟବସ୍ଥା କରାଯିବ। ସୁରକ୍ଷା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ ପରିସରରେ ସିଟିଟିଭି ବ୍ୟବସ୍ଥା କରାଯିବ। ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଯାତାୟତ ପାଇଁ କ୍ୟାମ୍ପସରେ ସ୍ବତନ୍ତ୍ର ର଼୍ୟାମ୍ପ୍‌ର ବ୍ୟବସ୍ଥା କରାଯାଇଛି। ଖୁବ୍‌ଶୀଘ୍ର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇ ଅର୍ଥ ମଞ୍ଜୁର ନିମନ୍ତେ ଉଚ୍ଚଶିକ୍ଷା ବିଭାଗକୁ କର୍ତ୍ତୃପକ୍ଷ ଚିଠି ଲେଖିବେ ବୋଲି ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସିଣ୍ଡିକେଟ୍‌ ବୈଠକରେ ଆଲୋଚନା ହୋଇଛି। କୁଳପତି ପ୍ରଫେସର କମଲଜିତ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଶ୍ୱବିଦ୍ୟାଳୟର ଉନ୍ନତୀକରଣ ସମ୍ପର୍କରେ ଅନେକ ଯୋଜନା ପ୍ରସ୍ତୁତ କରାଯାଇଛି। ଯୋବ୍ରା କ୍ୟାମ୍ପସରେ ୨୦୦ ଶଯ୍ୟା ବିଶିଷ୍ଟ ଏକ ନୂତନ ଛାତ୍ରୀ ନିବାସ ନିର୍ମାଣ କରାଯିବ। ଏଥିରେ ଛାତ୍ରୀମାନଙ୍କ ନିମନ୍ତେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ରହିବ। ପୁରୁଣା କ୍ୟାମ୍ପସ୍‌ରେ ୱାଇଫାଇ ଜୋନ୍‌ ହେବ। ପ୍ରାରମ୍ଭିକ ପର୍ଯ୍ୟାୟରେ ସମସ୍ତ ନବନିର୍ମିତ କୋଠାରେ ୱାଇଫାଇ ଲାଗିବ ବୋଲି ବୈଠକରେ ଆଲୋଚନା ହୋଇଛି। ଏହି ବୈଠକରେ କୁଳସଚିବ ନିରୁପମା ସ୍ବାଇଁ, ସିଣ୍ଡିକେଟ ସଭ୍ୟ ଜୟଦେବ ପତି, କାର୍ତ୍ତିକ ଚନ୍ଦ୍ର ଜେନା, ଉଚ୍ଚଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଏ.ଏସ୍‌.କେ. ଆଜାଦ୍‌ଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛ ବଞ୍ଚାଇଦେଲା ଜୀବନ:ନାଳରେ ଭାସି ଯାଇଥିବା ବୃଦ୍ଧା ଉଦ୍ଧାର

ରାସୋଳ, ୨୯ା୧୦(ଡି.ଏନ.ଏ) ଗଛ ବଞ୍ଚାଇଦେଲା ବୃଦ୍ଧାଙ୍କ ଜୀବନ। ଘଟଣା ଘଟିଛି ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ବାହାଲୁଣ୍ଡା ଗ୍ରାମ ନିକଟରେ। ରବିବାର ରାତିରେ ସ୍ଥାନୀୟ ବଡଯୋରା...

ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ

ସୋରଡ଼ା,୧୮।୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି...

ରେଳବାଇ କଲୋନୀ ପାଚେରି ଭୁଶୁଡିଲା

ବସ୍ତା, ୨୮ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଷ୍ଟେଶନ ନିକଟରେ ଥିବା ରେଳବାଇ କଲୋନୀର ପ୍ରେସ କ୍ଲବ ଛକ ପାଖ ପାଚେରି ଭୁଶୁଡି ପଡ଼ିିଛି। ଶୁକ୍ରବାର ସନ୍ଧ୍ୟାରେ ପ୍ରବଳ...

ଅନୁଗୋଳ କଲେଜ ଛାତ୍ରଙ୍କ ସାହିତ୍ୟ କୃତି:ପ୍ରକାଶ କଲେ ୨୨୪ ପୃଷ୍ଠାର ଉପନ୍ୟାସ

ଅନୁଗୋଳ ଅଫିସ, ୯।୭ ମାତ୍ର ୨୦ ବର୍ଷ ବୟସରେ ୨୨୪ ପୃଷ୍ଠାର ଉପନ୍ୟାସ ଲେଖିଛନ୍ତି ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ର ପ୍ରଭୁ କଲ୍ୟାଣ ସିଂ।...

ଦୁର୍ଲଭ ବ୍ରହ୍ମକମଳ ଦେଖିବାକୁ ପଣସପଡ଼ିରେ ଭିଡ଼

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ୍‌ର ପଣସପଡ଼ି ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ବ୍ରହ୍ମକମଳ ଫୁଲ। ପଣସପଡ଼ି ସାହି ନିବାସୀ ନୀଳମାଧବ ପଣ୍ଡାଙ୍କ ବାସଭବନରେ ଦୀର୍ଘ...

ରଥଯାତ୍ରା ପ୍ରସାରଣ ଉପରେ ରହିବନି କଟକଣା

ପୁରୀ ଅଫିସ,୨୫।୬: ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ ଶୁକ୍ରବାର ଏକ ବୈଠକରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଉପଜିଲାପାଳ ଭବତାରଣ ସାହୁ...

ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସମସ୍ୟା: ଡାକ୍ତରଖାନା ଗେଟ୍‌ରେ ତାଲା ପକାଇ ବିକ୍ଷୋଭ

ନୂଆଗାଁ,୧୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକୀୟ ଡାକ୍ତର ଓ କର୍ମଚାରୀ ନାହାନ୍ତି। ଫଳରେ ରୋଗୀସେବା ବିପର୍ଯ୍ୟସ୍ତ ହେଉଛି। ରବିବାର ସ୍ବାସ୍ଥ୍ୟ...

ପଞ୍ଚାୟତ ନୂତନ କୋଠା ଉଦ୍‌ଘାଟନ କଲେ ବିଧାୟକ

ମୋହନା,୨୪।୧(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ମଧ୍ୟସ୍ଥ ଲୁହାଗୁଡି ପଞ୍ଚାୟତର ନୂତନ କୋଠାକୁ ସ୍ଥାନୀୟ ବିଧାୟକ ଦାଶରଥି ଗମାଙ୍ଗ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ...

Advertisement
Archives

Model This Week