୭୦% ସିଟ୍‌ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ସଂରକ୍ଷଣ

କଟକ ଅଫିସ, ୧୬ା୩: କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ(ଏମ୍‌ଏଲ୍‌ୟୁ)ରେ ଅଧ୍ୟୟନ ନିମନ୍ତେ ଓଡ଼ିଶାର ଛାତ୍ରୀଛାତ୍ରଙ୍କ ପାଇଁ ୭୦% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା କରାଯିବ। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୨୪ଟି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଅଗ୍ରାଧିକାର ଭିତ୍ତିରେ ଏହି ସୁବିଧା ମିଳିବ। ବାହାର ରାଜ୍ୟର ଛାତ୍ରୀଛାତ୍ରଙ୍କ ପାଇଁ ଅବଶିଷ୍ଟ ୩୦% ସିଟ୍‌ ବ୍ୟବସ୍ଥା କରାଯିବ। ସୁରକ୍ଷା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ ପରିସରରେ ସିଟିଟିଭି ବ୍ୟବସ୍ଥା କରାଯିବ। ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଯାତାୟତ ପାଇଁ କ୍ୟାମ୍ପସରେ ସ୍ବତନ୍ତ୍ର ର଼୍ୟାମ୍ପ୍‌ର ବ୍ୟବସ୍ଥା କରାଯାଇଛି। ଖୁବ୍‌ଶୀଘ୍ର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇ ଅର୍ଥ ମଞ୍ଜୁର ନିମନ୍ତେ ଉଚ୍ଚଶିକ୍ଷା ବିଭାଗକୁ କର୍ତ୍ତୃପକ୍ଷ ଚିଠି ଲେଖିବେ ବୋଲି ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସିଣ୍ଡିକେଟ୍‌ ବୈଠକରେ ଆଲୋଚନା ହୋଇଛି। କୁଳପତି ପ୍ରଫେସର କମଲଜିତ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଶ୍ୱବିଦ୍ୟାଳୟର ଉନ୍ନତୀକରଣ ସମ୍ପର୍କରେ ଅନେକ ଯୋଜନା ପ୍ରସ୍ତୁତ କରାଯାଇଛି। ଯୋବ୍ରା କ୍ୟାମ୍ପସରେ ୨୦୦ ଶଯ୍ୟା ବିଶିଷ୍ଟ ଏକ ନୂତନ ଛାତ୍ରୀ ନିବାସ ନିର୍ମାଣ କରାଯିବ। ଏଥିରେ ଛାତ୍ରୀମାନଙ୍କ ନିମନ୍ତେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ରହିବ। ପୁରୁଣା କ୍ୟାମ୍ପସ୍‌ରେ ୱାଇଫାଇ ଜୋନ୍‌ ହେବ। ପ୍ରାରମ୍ଭିକ ପର୍ଯ୍ୟାୟରେ ସମସ୍ତ ନବନିର୍ମିତ କୋଠାରେ ୱାଇଫାଇ ଲାଗିବ ବୋଲି ବୈଠକରେ ଆଲୋଚନା ହୋଇଛି। ଏହି ବୈଠକରେ କୁଳସଚିବ ନିରୁପମା ସ୍ବାଇଁ, ସିଣ୍ଡିକେଟ ସଭ୍ୟ ଜୟଦେବ ପତି, କାର୍ତ୍ତିକ ଚନ୍ଦ୍ର ଜେନା, ଉଚ୍ଚଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଏ.ଏସ୍‌.କେ. ଆଜାଦ୍‌ଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri