Posted inଜାତୀୟ

ଭୋଟ ବ୍ୟାଙ୍କ ପାଇଁ ୭୦ ବର୍ଷ ଧରି ଲୋକଙ୍କୁ ଜାଣିଶୁଣି ଗରିବ ରଖାଯାଇଥିଲା: କେଜ୍ରିଓ୍ବାଲ…

ନୂଆଦିଲ୍ଲୀ, ୧୯।୧୨: ଦେଶର ଲୋକଙ୍କୁ ଜାଣିଶୁଣି ୭୦ ବର୍ଷ ପର୍ଯ୍ୟନ୍ତ ଗରିବ ରଖାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଜନୈତିକ ଦଳଗୁଡ଼ିକୁ ଟାର୍ଗେଟ କରି ରବିବାର ଏଭଳି କହିଛନ୍ତି। ଦେଶରୁ ଦାରିଦ୍ର୍ୟ ଦୂର ହୋଇପାରିଥାନ୍ତା। କିନ୍ତୁ ଜାଣିଶୁଣି ଭୋଟବ୍ୟାଙ୍କ ବଜାୟ ରଖିବା ଲାଗି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା।

ସେ କହିଛନ୍ତି ଯେ ଏଥର ସରକାରୀ ବିଦ୍ୟାଳୟଗୁଡ଼ିକର ଫଳାଫଳ ୯୯.୭ ପ୍ରତିଶତ ହୋଇଛି। ୨.୫ ଲକ୍ଷ ପିଲା ଘରୋଇ ବିଦ୍ୟାଳୟରୁ ଆସି ସରକାରୀ ବିଦ୍ୟାଳୟରେ ନାମ ଲେଖାଇଛନ୍ତି। ଯେତେବେଳେ ବିଦ୍ୟାଳୟଗୁଡ଼ିକ ଭଲ ହୋଇପାରିଲା, ୭୦ ବର୍ଷରେ ଲୋକଙ୍କ ଆର୍ଥିକ ସ୍ଥିତିରେ ମଧ୍ୟ ସୁଧାର ଆସି ପାରିଥାନ୍ତା।

ପୂର୍ବ ରାଜନୈତିକ ଦଳର ସରକାର ସେମାନେ ଜାଣିଶୁଣି ପଦକ୍ଷେପ ଗ୍ରହଣ କରି ନାହାଁନ୍ତି। ସେମାନେ ଚାହୁଁଥିଲେ ଦେଶ ଗରିବ ହୋଇ ରହୁ। ପୂର୍ବ ସରକାରଙ୍କୁ ଟାର୍ଗେଟ କରି କେଜ୍ରିୱାଲ କହିଛନ୍ତି ଯେ ୭-୮ ବର୍ଷର ଅଭିଜ୍ଞତାରୁ ଆମେ ଜାଣି ପାରିଛୁ ଯେ, ଦେଶର ବିଭିନ୍ନ ଅନୁଷ୍ଠାନଗୁଡିକ ଜାଣିଶୁଣି ପଛରେ ରହିଯାଇଛି।

ଆମେ ୬ ବର୍ଷ ମଧ୍ୟରେ ସରକାରୀ ବିଦ୍ୟାଳୟର ସ୍ଥିତିକୁ ସୁଦୃଢ଼ କରିଛୁ। ଦେଶର ବିକାଶ ଲାଗି ଆମକୁ ଦେଶବ୍ୟାପୀ ଅଭିଯାନ ଚଳାଇବାକୁ ପଡ଼ିବ। ସ୍ବାସ୍ଥ୍ୟ ସେବାଠାରୁ ଆରମ୍ଭ କରି ଶିକ୍ଷା ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଦେଶକୁ ଆଗେଇ ନେବାକୁ ପଡ଼ିବ ବୋଲି ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri