Posted inଜାତୀୟ

ହୋଟେଲ ଉଦ୍ୟୋଗରେ ତିହାରର ୭୦୦ କଏଦୀ ନିଯୁକ୍ତ

ନୂଆଦିଲ୍ଲୀ, ୧୭।୪: ତିହାର ଜେଲ୍‌ର ପ୍ରାୟ ୭୦୦ କଏଦୀ ହୋଟେଲ ଉଦ୍ୟୋଗରେ ନିଯୁକ୍ତି ପାଇଛନ୍ତି। ସେହିପରି ୧୨୦୦ରୁ ଅଧିକ କଏଦୀ ଜେଲରୁ ମୁକୁଳିବା ପରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି। ୧୯୮୯ ବ୍ୟାଚର ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ତିହାର ଜେଲର ମହାନିର୍ଦ୍ଦେଶକ ସଞ୍ଜୟ ବେନିଓ୍ବାଲ ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି। ଭାରତ ସରକାରଙ୍କ ନଗର ଉନ୍ନୟନ ମନ୍ତ୍ରଣାଳୟର ସହଯୋଗରେ ଜେଲ ମଧ୍ୟରେ କୌଶଳ ବିକାଶ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଅନୁସାରେ ୭୦୦ରୁ ଊର୍ଦ୍ଧ୍ୱ କଏଦୀ ହୋଟେଲ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଇଥିବା ବେଳେ ୧୨୦୦ରୁ ଅଧିକ କଏଦୀ ମେଡିକାଲରେ ନିଯୁକ୍ତି ପାଇବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି। ବିଚାରାଧୀନ କଏଦୀମାନଙ୍କୁ ପ୍ରଶିକ୍ଷଣ ଦେବା ପାଇଁ ୨୦୨୩ ପ୍ରାରମ୍ଭରୁ ଜେଲ୍‌ ମଧ୍ୟରେ ଆବଶ୍ୟକ ଭିତ୍ତିଭୂମି ପ୍ରଦାନ କରାଯାଉଥିବା ସେ କହିଛନ୍ତି। ସେହିପରି ଜେଲରେ କଏଦୀ ମାନଙ୍କର ଆଧ୍ୟାତ୍ମିକ ଚେତନା ଜାଗ୍ରତ ପାଇଁ ଅନେକ ପ୍ରକାରର କାର୍ଯ୍ୟକ୍ରମ କରାଯାଉଛି। ଏହି କାର୍ଯ୍ୟକ୍ରମଗୁଡ଼ିକର ପ୍ରଭାବ କଏଦୀମାନଙ୍କ ଉପରେ ପଡ଼ୁଥିବା ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏହାଦ୍ୱାରା କଏଦୀମାନେ ନିଜ ଭୁଲ ସମ୍ପର୍କରେ ଲେଖିବା ସହ ଜେଲ୍‌ରୁ ମୁକୁଳିବା ପରେ ଆଉ କେବେ ମଧ୍ୟ କୌଣସି ଅପରାଧ କରିବେ ନାହିଁ ବୋଲି ଶପଥ ନେଉଥିବା ବେନିଓ୍ବାଲ କହିଛନ୍ତି।୨୦୨୨ ନଭେମ୍ବରରେ ତିହାର ଜେଲ୍‌ର ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ବେନିଓ୍ବାଲ ଜେଲଦଣ୍ଡ ସରିବା ପରେ କଏଦୀମାନଙ୍କୁ ନିଯୁକ୍ତି ମିଳୁଥିବା ଖବରପାଇ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri