Posted inଜାତୀୟ

ହୋଟେଲ ଉଦ୍ୟୋଗରେ ତିହାରର ୭୦୦ କଏଦୀ ନିଯୁକ୍ତ

ନୂଆଦିଲ୍ଲୀ, ୧୭।୪: ତିହାର ଜେଲ୍‌ର ପ୍ରାୟ ୭୦୦ କଏଦୀ ହୋଟେଲ ଉଦ୍ୟୋଗରେ ନିଯୁକ୍ତି ପାଇଛନ୍ତି। ସେହିପରି ୧୨୦୦ରୁ ଅଧିକ କଏଦୀ ଜେଲରୁ ମୁକୁଳିବା ପରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି। ୧୯୮୯ ବ୍ୟାଚର ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ତିହାର ଜେଲର ମହାନିର୍ଦ୍ଦେଶକ ସଞ୍ଜୟ ବେନିଓ୍ବାଲ ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି। ଭାରତ ସରକାରଙ୍କ ନଗର ଉନ୍ନୟନ ମନ୍ତ୍ରଣାଳୟର ସହଯୋଗରେ ଜେଲ ମଧ୍ୟରେ କୌଶଳ ବିକାଶ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଅନୁସାରେ ୭୦୦ରୁ ଊର୍ଦ୍ଧ୍ୱ କଏଦୀ ହୋଟେଲ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଇଥିବା ବେଳେ ୧୨୦୦ରୁ ଅଧିକ କଏଦୀ ମେଡିକାଲରେ ନିଯୁକ୍ତି ପାଇବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି। ବିଚାରାଧୀନ କଏଦୀମାନଙ୍କୁ ପ୍ରଶିକ୍ଷଣ ଦେବା ପାଇଁ ୨୦୨୩ ପ୍ରାରମ୍ଭରୁ ଜେଲ୍‌ ମଧ୍ୟରେ ଆବଶ୍ୟକ ଭିତ୍ତିଭୂମି ପ୍ରଦାନ କରାଯାଉଥିବା ସେ କହିଛନ୍ତି। ସେହିପରି ଜେଲରେ କଏଦୀ ମାନଙ୍କର ଆଧ୍ୟାତ୍ମିକ ଚେତନା ଜାଗ୍ରତ ପାଇଁ ଅନେକ ପ୍ରକାରର କାର୍ଯ୍ୟକ୍ରମ କରାଯାଉଛି। ଏହି କାର୍ଯ୍ୟକ୍ରମଗୁଡ଼ିକର ପ୍ରଭାବ କଏଦୀମାନଙ୍କ ଉପରେ ପଡ଼ୁଥିବା ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏହାଦ୍ୱାରା କଏଦୀମାନେ ନିଜ ଭୁଲ ସମ୍ପର୍କରେ ଲେଖିବା ସହ ଜେଲ୍‌ରୁ ମୁକୁଳିବା ପରେ ଆଉ କେବେ ମଧ୍ୟ କୌଣସି ଅପରାଧ କରିବେ ନାହିଁ ବୋଲି ଶପଥ ନେଉଥିବା ବେନିଓ୍ବାଲ କହିଛନ୍ତି।୨୦୨୨ ନଭେମ୍ବରରେ ତିହାର ଜେଲ୍‌ର ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ବେନିଓ୍ବାଲ ଜେଲଦଣ୍ଡ ସରିବା ପରେ କଏଦୀମାନଙ୍କୁ ନିଯୁକ୍ତି ମିଳୁଥିବା ଖବରପାଇ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri