ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା ରୋପଣ ହୋଇଛି। ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ନୂଆପଡ଼ା ବିଟ ଗ୍ରାମ୍ୟ ଜଙ୍ଗଲରେ ୫ଶହ ଚାରାରୋପଣ କରାଯାଇଥିଲା। ସେହିଭଳି ସାହାରପଡ଼ା ସେକ୍ସନ ବଡ ବିଲ ସଂରକ୍ଷିତ ଜଙ୍ଗଲରେ ୨ଶହ ଚାରା ରୋପଣ ହୋଇଛି।
ନୂଆପଡ଼ାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ , ସମ୍ମାନୀତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ୨୩ ନମ୍ବର ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ବିଡିଓ ମାନସ କୁମାର ଦଣ୍ଡପାଟ, ରେଞ୍ଜର ଆର୍ତ୍ତ ତ୍ରାଣ ମିର୍ଦ୍ଧା,ପାଟଣା ଥାନା ଅଧିକାରୀ କିରଣ ପ୍ରସାଦ ସାହୁ, ଏମ ପି ଅନନ୍ତ ନାୟକଙ୍କ ପାଟଣା ଥାନା ପ୍ରତିନିଧି ଯୁଧିଷ୍ଠିର ମହାନ୍ତ, ଟାଙ୍ଗରପଡ଼ା ସରପଞ୍ଚ ଅନିରୁଦ୍ଧ ନାଏକ, ବରିଷ୍ଠ ଖବରଦାତା କିଶୋରଚନ୍ଦ୍ର ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ପାଟଣା ବନପାଳ ନିରଞ୍ଜନ ସେଠୀ, ଖୀରେଇ ଟାଙ୍ଗିରୀ ବନ ପାଳ ପୂର୍ଣ୍ଣଚନ୍ଦ୍ର ମହାନ୍ତ ପ୍ରମୁଖ ସାମିଲ ହୋଇଥିଲେ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?