Posted inଜାତୀୟ

୭୦୦ ଦୋକାନ ପୋଡ଼ି ପାଉଁଶ : ଦମକଳ ବାହିନୀ ବିରୋଧରେ ଅବହେଳା ଅଭିଯୋଗ…

ଇଟାନଗର,୨୫।୧୦ : ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗର ନିକଟସ୍ଥ ନାହରଲଗୁନ ଦୈନିକ ବଜାରରେ ମଙ୍ଗଳବାର ଭୋର ସମୟରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୭୦୦ ଦୋକାନ ପୋଡ଼ି ପାଉଁଶ ହୋଇ ଯାଇଛି। ଭୋର ପ୍ରାୟ୪ଟା ବେଳେ ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ମିଳିଥିବା ପୋଲିସ ଅଧିକାରୀ କହିଛନ୍ତି। ଏହା ରାଜ୍ୟର ସର୍ବ ପୁରାତନ ବଜାର ଏବଂ ଇଟାନଗର ଠାରୁ ପ୍ରାୟ ୧୪ କିଲୋମିଟର ଦୂରରେ ଥିବା ନାହରଲଗୁନ ଠାରେ ଥିବା ଅଗ୍ନିଶମ କେନ୍ଦ୍ର ନିକଟରେ ଅବସ୍ଥିତ।

ଦୀପାବଳି ଉତ୍ସବରେ ବାଣଫୁଟା ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଅଗ୍ନିଶମ ବିଭାଗ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ, କିନ୍ତୁ ଦୋକାନଗୁଡ଼ିକ ବାଉଁଶ ଓ କାଠରେ ତିଆରି ହୋଇଥିବାବେଳେ ଏଥିରେ ଶୁଖିଲା ଦ୍ରବ୍ୟ ଭର୍ତ୍ତି ହୋଇଥିବାରୁ ନିଆଁ ଶୀଘ୍ର ବ୍ୟାପି ଯାଇଥିବା କୁହାଯାଉଛି।

 

ଆତଙ୍କିତ ଦୋକାନୀମାନେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଥିବାବେଳେ ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ନିଆଁ ଏକ ଭୟଙ୍କର ରୂପ ନେଇଥିଲା।

ପୋଲିସ କହିଛି ଯେ ନିଆଁକୁ ଆୟତ୍ତ କରିବା ପାଇଁ ତିନୋଟି ଦମକଳ ଗାଡ଼ିକୁ ଅଣାଯାଇଥିଲା। ସେଥିମଧ୍ୟରୁ ଗୋଟିଏ ଇଟାନଗରରୁ ଅଣାଯାଇଥିଲା। ଅଗ୍ନିକାଣ୍ଡରେ ହୋଇଥିବା କ୍ଷୟକ୍ଷତିର ଆକଳନ କରାଯାଉଛି ବୋଲି ସେ କହିଛନ୍ତି। କୋଟି କୋଟି ଟଙ୍କା କ୍ଷତି ହୋଇଥିବାର ଆଶଙ୍କା କରାଯାଉଛି। ପୋଲିସ ଅଧୀକ୍ଷକ ଜିମି ଚିରାମ କହିଛନ୍ତି ଯେ ଅଗ୍ନିଶମ ବିଭାଗର ତଦନ୍ତ ପରେ ହିଁ ଅଗ୍ନିକାଣ୍ଡର କାରଣ ଜଣାପଡିବ।

ଦୋକାନୀମାନେ ଅଭିଯୋଗ କରିଛନ୍ତି ଯେ ଯେତେବେଳେ ସେମାନେ ନିଆଁ ବିଷୟରେ ସୂଚନା ପାଇଲେ ସେମାନେ ନିକଟସ୍ଥ ଅଗ୍ନିଶମ କେନ୍ଦ୍ରରେ ପହଞ୍ଚିଥିଲେ ମଧ୍ୟ ସେଠାରେ କୌଣସି କର୍ମଚାରୀ ଉପସ୍ଥିତ ନଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚିବା ପରେ ନିଆଁ ଲିଭାଇବା ପାଇଁ ଗାଡିରେ ପାଣି ନଥିଲା। ଦୋକାନୀମାନେ ଅଭିଯୋଗ କରିଛନ୍ତି ଯେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପାଣି ଭରିବା ପାଇଁ ବହୁ ଦୂରକୁ ଯାଇଥିଲେ। ସେମାନେ ଭୋର ୫ଟାରେ ଫେରିଥିଲେ। ସେତେବେଳକୁ ବଜାରର ଅଧିକାଂଶ ଦୋକାନ ନିଆଁରେ ପୋଡି ହୋଇଯାଇଥିଲା।

ନାହରଲଗୁନ ବଜାର କଲ୍ୟାଣ କମିଟିର ଅଧ୍ୟକ୍ଷ କିପା ନାଇ କହିଛନ୍ତି, ପୋଲିସ ମଧ୍ୟ କୌଣସି ପଦକ୍ଷେପ ନେଇ ନାହିଁ। ନିଜ କର୍ତ୍ତବ୍ୟ ପାଳନ କରିବାରେ ବିଫଳ ହୋଇଥିବାରୁ ସେମାନଙ୍କୁ ବରଖାସ୍ତ କରାଯିବା ଉଚିତ। ଦୋକାନୀମାନଙ୍କ ସହ କଥାବାର୍ତ୍ତା କରିବା ପରେ ଅରୁଣାଚଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ(ଏସିସି ଆଣ୍ଡ ଆଇ) ସଭାପତି ତାରା ନାଚୁଙ୍ଗ ଅବହେଳା କାରଣରୁ ସମସ୍ତ ଅଗ୍ନିଶମ କର୍ମଚାରୀଙ୍କୁ ନିଲମ୍ବନ କରିବାକୁ ଦାବି କରିଛନ୍ତି। ଇଟାନଗର ବିଧାୟକ ତେଚି କାସୋ କହିଛନ୍ତି ଯେ ରାଜ୍ୟ ସରକାର ଏବଂ ଏସିସି ଆଣ୍ଡ ଆଇ ସହଯୋଗରେ ବଜାରର ପୁନଃ ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri