୭୦୦ ଛାତ୍ରୀଛାତ୍ରରେ ୬ ଶିକ୍ଷକ

ଯୋଡ଼ା,୯ା୧(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ସହରର ୧୧ନଂ. ୱାର୍ଡରେ ଥିବା କମାର ଯୋଡ଼ା ୟୁଜିଏମଇ ସ୍କୁଲ ସମସ୍ୟା ଘେରରେ ରହିଛି। ଦୀର୍ଘ ଦିନ ହେବ ଶିକ୍ଷକ ଅଭାବ ଲାଗି ରହିଥିବାରୁ ପାଠପଢ଼ାରେ ସମସ୍ୟା ଉପୁଜୁଛି। ଏଥିସହ ମଧ୍ୟାହ୍ନ ଭୋଜନ ନିମ୍ନମାନର ଓ ଅନ୍ୟାନ୍ୟ ସମସ୍ୟାକୁ ନେଇ ଅଭିଭାବକ ଶିକ୍ଷାଧିକାରୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଶେଷରେ ନିରାଶ ହୋଇ ସ୍ଥାନୀୟ କାଉନ୍‌ସିଲର ବରୁଣ ଆପଟ୍ଟଙ୍କ ସହିତ ୱାର୍ଡବାସୀ ସ୍ଥାନୀୟ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ଉକ୍ତ ସ୍କୁଲ୍‌ରେ ପ୍ରାୟ ୭୦୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ୩୦ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଅନୁସାରେ ପ୍ରାୟ ୨୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ନିଯୁକ୍ତି ପାଇବା କଥା। ମାତ୍ର ଦୀର୍ଘ ବର୍ଷ ହେଲା ମାତ୍ର ୮ ଜଣ ଶିକ୍ଷକରେ ଶିକ୍ଷାଦାନ ଚାଲିଥିଲା। କିଛି ଦିନ ପୂର୍ବରୁ ଏମାନଙ୍କ ମଧ୍ୟରୁ ୨ ଜଣଙ୍କ ଅନ୍ୟତ୍ର ବଦଳି ହୋଇଯାଇଛି। ଏବେ ମାତ୍ର ୬ ଜଣ ଶିକ୍ଷୟିତ୍ରୀ ଶିକ୍ଷକରେ ପଢ଼ା ହେଉଛି। ଫଳରେ ଛାତ୍ରୀଛାତ୍ରଙ୍କ ପଢ଼ାରେ ସମସ୍ୟା ଦେଖାଯାଉଛି। ସେହିପରି ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ମନମାନୀ ଯୋଗୁ ମଧ୍ୟାହ୍ନ ଭୋଜନରେ ନିମ୍ନମାନର ଖାଦ୍ୟ ଦିଆ ଯାଉଥିବା ମଧ୍ୟ ଅଭିଯୋଗ ହେଉଛି। ଏନେଇ ଅଭିଭାବକ ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ଯୋଡ଼ା ବ୍ଲକ୍‌ ଶିକ୍ଷାଧିକାରୀଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ବିଭାଗୀୟ ତଦନ୍ତ ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ।
ଏ ନେଇ ସ୍ଥାନୀୟ କାଉନ୍‌ସିଲର ଆପଟ୍ଟ କହିଛନ୍ତି, ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଇଛି। ଅଧିକ ଉପସ୍ଥାନ ଦର୍ଶାଇ ହରିଲୁଟ୍‌ ହେଉଛି। ସ୍କୁଲ୍‌ର ଶିକ୍ଷ୍ୟା କମିଟି ସଭାପତିଙ୍କଠାରୁ ଖାଲି ଚେକ୍‌ରେ ଦସ୍ତଖତ କରି ମିଥ୍ୟା ବିଲ ଉଠାଉଥିବା କହିଥିଲେ।
ଚମ୍ପୁଆ ବିଧାୟିକା କହିଛନ୍ତି, ଯୋଡ଼ା ବ୍ଲକ୍‌ ଶିକ୍ଷାଧିକାରୀଙ୍କୁ ଏହାର ତଦାରଖ କରିବା ପାଇଁ କହିଛି। ସ୍କୁଲ ର ସମସ୍ୟା କିପରି ସ୍ଥାୟୀ ସମାଧାନ ହେବ, ଏ ନେଇ ସେ ଜିଲାପାଳଙ୍କ ସହ ଆଲୋଚନା କରିବେ ବୋଲି ମଧ୍ୟ କହିଥିଲେ। ଯୋଡ଼ା ବ୍ଲକ୍‌ ଅତିରିକ୍ତ ଶିକ୍ଷାଧିକାରୀ କାର୍ତ୍ତିକ ଚନ୍ଦ୍ର ବେହେରା କହିଛନ୍ତି, ଗତ ୨୦୧୮ରୁ ସରକାର ନୂତନ ଶିକ୍ଷକ ନିଯୁକ୍ତି ଦେଇ ନାହାନ୍ତି। ଫଳରେ ସବୁ ସ୍କୁଲରେ ଶିକ୍ଷକ ପଦବୀ ଖାଲି ରହିଛି ବୋଲି କହିଥିଲେ। ଖାଦ୍ୟ ନିମ୍ନମାନର ସମ୍ପର୍କରେ ବ୍ଲକ୍‌ ଶିକ୍ଷାଧିକାରୀ ତଦନ୍ତ କରିଥିବାରୁ ସେ ଏବ ବିଷୟରେ ମୁହଁ ଖୋଲି ନ ଥିଲେ। ଘଟଣାରେ ଜଣେ ଓଏଏସ ଅଧିକାରୀଙ୍କ ଦ୍ୱାରା ତଦନ୍ତ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?