ଜୁନ୍‌ରେ ନିଯୁକ୍ତି ପାଇବେ ୭ ହଜାର ଶିକ୍ଷକ

ଭୁବନେଶ୍ୱର,୨୪ା୫(ବ୍ୟୁରୋ)”ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ୭ ହଜାର ଶିକ୍ଷକଙ୍କ ଆବଶ୍ୟକ ଥିଲା। ଆସନ୍ତା ଜୁନ୍‌ରେ ସେମାନଙ୍କୁ ନିଯୁକ୍ତି ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ବିଧାୟକ ଭୂପିନ୍ଦର ସିଂ କହିଛନ୍ତି। ଭୂପିନ୍ଦରଙ୍କ ଅଧ୍ୟକ୍ଷତାରେ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗର ସମୀକ୍ଷା ବୈଠକ ବିଧାନସଭାରେ ଅନୁଷ୍ଠିତ ହୋଇଛି। ବୈଠକରେ ହୋଇଥିବା ଆଲୋଚନା ମୁତାବକ, ୨୪ଟି ମାଧ୍ୟମିକ ବିଦ୍ୟାଳୟକୁ ସ୍ବୀକୃତି ପ୍ରଦାନ କରାଯାଇଥିବା ବେଳେ ୬୩୯ ବେସରକାରୀ ମହାବିଦ୍ୟାଳୟ ଅଧ୍ୟାପକଙ୍କୁ ସରକାର ନିଯୁକ୍ତି ଦେଇଛନ୍ତିି। ଜୁନ୍‌ରେ ୨୬୮ ଜଣ ରାଜନୀତି ବିଜ୍ଞାନ ଓ ଇଂଲିଶ ଅଧ୍ୟାପକଙ୍କୁ ନିଯୁକ୍ତି ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ବିଧାୟକ ପ୍ରତାପ ଦେବଙ୍କ ଅଧ୍ୟକ୍ଷତାରେ ବିଧାନସଭା ଆକଳନ କମିଟିର ୩ୟ ବୈଠକ ସୋମବାର ପୂର୍ବାହ୍ନରେ ବିଧାନସଭାର ୫୪ ନଂ. ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ବିଗତ ୨ ବର୍ଷ ମଧ୍ୟରେ ପୂର୍ତ୍ତ ଓ ଜଳସମ୍ପଦ ବିଭାଗ ଦ୍ୱାରା ନିର୍ମିତ ବିଭିିନ୍ନ ପ୍ରକଳ୍ପର ସମୀକ୍ଷା କରାଯାଇଛି। ଏହା ସହିତ ଆଗାମୀ ଦିନରେ ନିର୍ମାଣ ହେବାକୁ ଥିବା ପ୍ରକଳ୍ପଗୁଡ଼ିକର ଅନୁଧ୍ୟାନ କରାଯାଇଥିବା ପ୍ରତାପ ଦେବ କହିିଛନ୍ତି।
ପର୍ଯ୍ୟାପ୍ତ ପରିମାଣର ଜଳ ସଂରକ୍ଷଣ କରାଯାଇପାରୁ ନାହିଁ। ଫଳରେ ଜଳର ଉପଯୁକ୍ତ ବ୍ୟବହାର ମଧ୍ୟ ହୋଇପାରୁନାହିଁ। ତେଣୁ ଆଧୁନିକ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଜଳସଂରକ୍ଷଣ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ଜଳସଂରକ୍ଷଣ ଓ ସେତୁ ନିର୍ମାଣ ସମ୍ପର୍କିତ ବିଭିନ୍ନ ନିୟମରେ ସମୟାନୁଯାୟୀ ପରିବର୍ତ୍ତନ ଆସିବା ଦରକାର ବୋଲି ପ୍ରତାପ କହିଛନ୍ତି। ସେହିପରି ପୂର୍ତ୍ତ ବିଭାଗ ଦ୍ୱାରା ନିର୍ମାଣାଧୀନ ବିଭିନ୍ନ ରାସ୍ତା, ସେତୁ, ବିଜୁ ଏକ୍ସପ୍ରେସ୍‌ ୱେ ଏବଂ ରାଜ୍ୟ ରାଜପଥ ସମ୍ପ୍ରସାରଣ, ବିଭିନ୍ନ ବୃହତ୍‌ ଓ ମଧ୍ୟମ ଜଳସେଚନ ପ୍ରକଳ୍ପ, ମେଗା ଲିଫ୍ଟ ପଏଣ୍ଟ ଉପରେ ବିସ୍ତୀର୍ଣ୍ଣ ଆଲୋଚନା ହୋଇଛି। ଗ୍ରୀଷ୍ମ ଦିନରେ ଚାଷ କାର୍ଯ୍ୟ ପାଇଁ ଜଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୦୦ଟି ସେତୁ ସହ ବ୍ୟାରେଜ ନିର୍ମାଣର ପ୍ରସ୍ତାବ ଆଗତ ହୋଇଛି। ଏହାର କାର୍ଯ୍ୟ କେତେଦୂର ଅଗ୍ରସର ହେଲାଣି, ସେ ବିଷୟରେ ଅଧ୍ୟକ୍ଷ ପ୍ରତାପ ଦେବ ତଥ୍ୟ ସଂଗ୍ରହ କରିଛନ୍ତି। ଅନେକ ସ୍ଥାନରେ ସୌରଜଳ ପ୍ରକଳ୍ପଗୁଡ଼ିକ ୧ରୁ ୨ ବର୍ଷ ମଧ୍ୟରେ ଅକାମୀ ହୋଇଯାଉଥିବାର ଦୃଶ୍ୟ ସାମ୍ନାକୁ ଆସୁଛି। ତେଣୁ ଏହି ପ୍ରକଳ୍ପଗୁଡ଼ିକୁ ଅଧିକ ପ୍ରୋତ୍ସାହିତ ନ କରିବାକୁ ସଦସ୍ୟମାନେ ମତ ଦେଇଛନ୍ତି। ରାଜ୍ୟର ଆକାମୀ ମେଗା ଲିଫ୍ଟ ପଏଣ୍ଟଗୁଡ଼ିକୁ ତୁରନ୍ତ ମରାମତି କରିବା ପାଇଁ କମିଟି ନିର୍ଦ୍ଦେଶ ଦେଇଛି। ସେହିପରି ବରିଷ୍ଠ ବିଧାୟିକା ଉଷା ଦେବୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହିଳା ଓ ଶିଶୁ ବିକାଶ ବିଭାଗ ଗୃହକମିଟି ବୈଠକରେ ବିଭିନ୍ନ ଯୋଜନା ଓ ଏହାର କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri