ଯାଁଳାରେ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଯାଁଳା,୨୫ା୮(ଡି.ଏନ.ଏ): ଜଟଣୀ ବ୍ଲକ ଯାଁଳା ପଞ୍ଚାୟତ ଅନ୍ତର୍ଗତ ଓଗାଳପଡ଼ା ଶିଳ୍ପାଞ୍ଚଳରେ ଥିବା ସାଇକୃପା ଚନ୍ଦନ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମେଶିନ୍‌ ଏବଂ ବିଭିନ୍ନ ପ୍ଲାଷ୍ଟିକ ସାମଗ୍ରୀ ପୋଡି ଯାଇଛି। ରବିବାର ସକାଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି। ଅଗ୍ନିକାଣ୍ଡ ଘଟିବାର କାରଣ ଜଣା ପଡି ନ ଥିଲେ ମଧ୍ୟ ବିଦ୍ୟୁତ୍‌ ଶଟ୍‌ସର୍କିଟ୍‌ରୁ ଏପରି ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି। ଖବରପାଇ ଜଟଣୀ, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଅଗ୍ନିଶମ ବିଭାଗର ୬ଟି ଦମକଳ ଗାଡି ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ତେବେ ଏହାକୁ ଆୟତ କରିବାକୁ ପ୍ରାୟ ୬ ଘଣ୍ଟା ପାଖାପାଖି ଲାଗିଥିଲା। କମ୍ପାନୀର କାର୍ଯ୍ୟରତ ଥିବା ଜଣେ କର୍ମଚାରୀ ଯଁାଳା ବଜାରକୁ ଆସିଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି ଅଗ୍ନିକାଣ୍ଡ ଏତେ ଭୟାବହ ଥିଲା ଯେ, ନିକଟବର୍ତ୍ତୀ ଅଞ୍ଚଳର ଲୋକେ ଭୟଭୀତ ହୋଇପଡିଥିଲେ। ଘଟଣାସ୍ଥଳରେ ଶତାଧିକ ଲୋକଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା।


All Right Reserved By Dharitri.Com

ଶ୍ରେଣୀଗୃହରେ ଅଚେତ ହେଲେ ୨ ଛାତ୍ର

ବେଗୁନିଆ/ ବୋଲଗଡ, ୧୭।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ୍‌ ଅଞ୍ଚଳରେ ଥିବା ଏକ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା...

୨୧୦ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ

ଖୋର୍ଦ୍ଧା ଅଫିସ,୩୦।୩: କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ଲାଗି ଖୋର୍ଦ୍ଧା ଜିଲାର ୧୯୦ ପଞ୍ଚାୟତ, ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ, ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୧୦ଟି...

୨୨ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ବ୍ୟବସାୟୀ ଗିରଫ

ଖୋର୍ଦ୍ଧା ଅଫିସ, ୧।୧୧: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡ ଖୋର୍ଦ୍ଧା ସହରର ସ୍ବପ୍ବେଶ୍ୱର ସାହି ଉପରେ ଶୁକ୍ରବାର ଚଢ଼ାଉ କରି ୨୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି।...

ଖୋର୍ଦ୍ଧା ଗାମୁଛାରେ ପ୍ରସ୍ତୁତ ମାସ୍କର ଚାହିଦା ବଢୁଛି

ଖୋର୍ଦ୍ଧା ଅଫିସ,୨୫ା୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ବାହାରକୁ ବାହାରିଲେ ମାସ୍କ ପରିଧାନ ଲାଗି ସରକାର କଟକଣା ମଧ୍ୟ...

ଖୋର୍ଦ୍ଧା ଗୁଳିକାଣ୍ଡ ପଛରେ ସୁପାରି କିଲର: ପୋଲିସ ହାତରେ ଲାଗିଲା ଠୋସ୍‌ ପ୍ରମାଣ

ଖୋର୍ଦ୍ଧା ଅଫିସ୍‌, ୧୭।୧୨: ଖୋର୍ଦ୍ଧା ଜିଲାର ଏକ କ୍ଲିନିକରେ ପଶି ଡାକ୍ତର ଏବଂ ଔଷଧ ଦୋକାନୀଙ୍କୁ ଗୁଳିମାଡ ଘଟଣାରେ ପୋଲିସ ହାତରେ ଠୋସ୍‌ ପ୍ରମାଣ ଲାଗିଛି।...

ତାଲିକା ପ୍ରକାଶ ପରେ କୁହୁଳୁଛି ଅସନ୍ତୋଷ

ବେଗୁନିଆ, ୧୩ା୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀମାନେ ବଞ୍ଚିତ ରହିଥିଲେ। ଏମାନଙ୍କ ପାଇଁ ନୂତନ ଗୃହ ପ୍ରଦାନ ନିମନ୍ତେ ନାମ ତାଲିକା ପ୍ରକାଶ ପାଇଛି।...

ସଂକ୍ରମଣ ଭୟ ନାହିଁ, କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୬ା୪: ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ...

ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି...

Leave a comment

Your email address will not be published. Required fields are marked *