୭୧ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ୨୦୨୨-୨୩ ଖରିଫ ଓ ରବି ଋତୁରେ ରାଜ୍ୟରୁ ୭୧ ଲକ୍ଷ ମେଟ୍ରିକ ଟନ ଧାନ ଅର୍ଥାତ୍‌ ୪୮ ଲକ୍ଷ ମେଟ୍ରିନ ଟନ ଚାଉଳ ସଂଗ୍ରହ କରାଯିବ। ଖରିଫରେ ୫୭ ଲକ୍ଷ ଏବଂ ରବି ଋତୁରେ ୧୪ ଲକ୍ଷ ଟନ ଧାନ ସଂଗ୍ରହ ପାଇଁ ସରକାର ଲକ୍ଷ୍ୟଧାର୍ଯ୍ୟ କରିଛନ୍ତି। ଯଦି ଏହାଠାରୁ ଅଧିକ ଧାନ ମଣ୍ଡିକୁ ଆସିବ ସେଗୁଡିକ ମଧ୍ୟ ସରକାର କ୍ରୟ କରିବେ। ଆବଶ୍ୟକ ସ୍ଥଳେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଧାର୍ଯ୍ୟଲକ୍ଷ୍ୟ ବୃଦ୍ଧି କରିପାରିବେ। ଧାନ ଓ ଚାଉଳ ସଂଗ୍ରହ ପରିଚାଳନା ସମ୍ପର୍କିତ ପ୍ରକି୍ରିୟାକୁ ସୁପରିଚାଳନା କରିବା ପାଇଁ ଖାଦ୍ୟ ଓ ସଂଗ୍ରହ ନୀତି ୨୦୨୨-୨୩କୁ ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ଅନୁମୋଦନ କରାଯାଇଛି।
ଖରିଫ ଧାନ ସଂଗ୍ରହ ଅକ୍ଟୋବର ପହିଲାରୁ ଆରମ୍ଭ ହୋଇ ୨୦୨୩ ସେପ୍ଟେମ୍ବର ୩୦ରେ ଶେଷ ହେବ। ଏହି ସମୟ ମଧ୍ୟରେ ରାଜ୍ୟ ସରକାର ଖରିଫ ଓ ରବି ଋତୁ ପାଇଁ ପୃଥକ ଭାବେ ଧାନ ସଂଗ୍ରହ କରିବେ। ଚାଷୀଙ୍କଠାରୁ କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ସାଧାରଣ ଧାନ ପାଇଁ କୁଇଣ୍ଟାଲ ପିଛା ୨୦୪୦ ଓ ଗ୍ରେଡ୍‌-ଏ ଧାନ ପାଇଁ ୨୦୬୦ ଟଙ୍କା ଦେଇ ଧାନ କ୍ରୟ କରିବେ। ନିଯୁକ୍ତିପ୍ରାପ୍ତ କଷ୍ଟମ୍‌ ମିଲରମାନଙ୍କ ଦ୍ୱାରା ଏହି ଧାନକୁ ମିଲିଂ କରାଯାଇ ସମତୁଲ୍ୟ ଚାଉଳ ସଂଗ୍ରହ କରାଯିବ। ସଂଗୃହୀତ ଚାଉଳକୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଆବଶ୍ୟକତା ପୂରଣ ପାଇଁ ବ୍ୟବହାର କରାଯିବ। ବଳକା ଚାଉଳକୁ ଭାରତୀୟ ଖାଦ୍ୟ ନିଗମକୁ ପ୍ରଦାନ କରାଯିବ। ୨୦୨୩ ମେ’ରୁ ଜୁନ୍‌ ମଧ୍ୟରେ ରବି ଧାନ ସଂଗ୍ରହ କରାଯିବ। କେବଳ ପଞ୍ଜୀକୃତ ଚାଷୀଙ୍କଠାରୁ ବଳକା ଧାନ ସଂଗ୍ରହ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri