ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୧ କରୋନା ପଜିଟିଭ: ୩୩୫୨୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩।୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଆଜି ୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୮୨ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ବାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ଲୋକାଲ କେସ୍‌ ରହିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୨ଜଣ ରହିଥିବା ବେଳେ ବାଲେଶ୍ୱରରୁ ୬, ବରଗଡ଼ରୁ ୬, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୬, ଢେଙ୍କାନାଳ ୧, ଯାଜପୁର ୩, ଝାରସୁଗୁଡ଼ା ୧, କଳାହାଣ୍ଡି ୩, କେନ୍ଦ୍ରାପଡ଼ା ୧, କେନ୍ଦୁଝର୨, ଖୋର୍ଦ୍ଧା ୭, ନୂଆପଡ଼ା ୫, ପୁରୀ ୬, ରାୟଗଡ଼ା ୧, ସମ୍ବଲପୁର ୬, ସୁନ୍ଦରଗଡ଼ ୧୧ ଏବଂ ଷ୍ଟେଟ ପୁଲରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୫୨୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୪୬ଟି ଆକ୍ଟିଭ କେସ ରହିଥିବା ବେଳେ ୩୩୨୩୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri