ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ରବିବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୭୧% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଦୁଇଟି ପର୍ଯ୍ୟାୟ ଭଳି ଏହି ପର୍ଯ୍ୟାୟରେ ମଧ୍ୟ ମାଲକାନଗିରି ଜିଲାରେ ମତଦାନ ହାର ଉତ୍ସାହଜନକ ରହିଛି। ମାଲକାନଗିରି ଜିଲାର ମାଥିଲି ଓ ପଡ଼ିଆ ବ୍ଲକ, କନ୍ଧମାଳ ଜିଲାର ଫିରିଙ୍ଗିଆ ବ୍ଲକ ମାଓବାଦୀପ୍ରବଣ ଅଞ୍ଚଳ ହୋଇଥିଲେ ମଧ୍ୟ ସେଠାରେ ମତଦାନ ଶାନ୍ତିଶୃଙ୍ଖଳାରେ ଶେଷ ହୋଇଛି। ତୃତୀୟ ପର୍ଯ୍ୟାୟରେ ୨୯ ଜିଲାର ୬୩ ବ୍ଲକର ୧୩୮୨ ପଞ୍ଚାୟତରେ ୧୭୧ ଜିଲା ପରିଷଦ ସଭ୍ୟ ପାଇଁ ୧୮,୪୯୫ ବୁଥ୍‌ରେ ନିର୍ବାଚନ ଶେଷ ହୋଇଛି। ଯାଜପୁର ଜିଲାର ବିଞ୍ଝାରପୁର ବ୍ଲକରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ ରାଜ୍ୟ ନିର୍ବାଚନ କମିଶନର ଦୃଢ଼ ଭାବେ ନିନ୍ଦା କରିଛନ୍ତି। ଏ ସମ୍ପର୍କରେ ଡିଜିପି ଏବଂ ଯାଜପୁର ଜିଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ ତୁରନ୍ତ ଦୋଷୀମାନଙ୍କୁ ଗିରଫ କରିବା ସହ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। କେତେକ ସ୍ଥାନରେ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟଗ୍ରହଣ ବାଧାପ୍ରାପ୍ତ ହୋଇଛି। ଏ ସମ୍ପର୍କରେ ଜିଲାପାଳଙ୍କଠାରୁ ରିପୋର୍ଟ ମିଳିବା ପରେ କମିଶନର ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।
ତୃତୀୟ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ଶେଷ ହୋଇଥିଲା। ରାଜ୍ୟର ବିଭିନ୍ନ ବୁଥ୍‌ରେ ଲୋକମାନଙ୍କ ମଧ୍ୟରେ ମତଦାନକୁ ନେଇ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ସକାଳୁ ମତଦାନ ସାମାନ୍ୟ ଧିମା ଥିବାବେଳେ ସକାଳ ୯ଟା ପରେ ବୁଥ୍‌ଗୁଡିକରେ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା। ତେବେ କେତେକ ସ୍ଥାନରେ ନିର୍ବାଚନ ହିଂସାକାଣ୍ଡ ଯୋଗୁ ନିର୍ବାଚନକୁ ମଧ୍ୟ ବାତିଲ କରାଯାଇଛି। ଜିଲାପାଳଙ୍କ ରିପୋର୍ଟ ପରେ ସେସବୁ ସ୍ଥାନରେ ପୁନଃ ନିର୍ବାଚନ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିର୍ବାଚନ ଶେଷ ହେବା ପରେ ଭୋଟବାକ୍ସଗୁଡ଼ିକୁ କଡ଼ା ସୁରକ୍ଷା ମଧ୍ୟରେ ବ୍ଲକ ସଦର ମହକୁମାରେ ଥିବା ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଛି। ୧୭୧ ଜିଲା ପରିଷଦ ଜୋନରେ ମୋଟ ୬୭୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିିତା କରୁଛନ୍ତି। ପ୍ରାର୍ଥୀମାନଙ୍କର ଭାଗ୍ୟ ବାଲଟ ବାକ୍ସ ଭିତରେ ସିଲ୍‌ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ୩ ଦିନ ବ୍ୟାପୀ ଭୋଟ ଗଣତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri