Posted inଜାତୀୟ

ଭୂସ୍ଖଳନରେ ୭୧ ମୃତ

ମୁମ୍ବାଇ, ୨୪।୭: ଦୁଇଦିନ ଧରି ଲଗାଣ ବର୍ଷା ଫଳରେ ମହାରାଷ୍ଟ୍ରର ରାଇଗଡ଼, ରତ୍ନଗିରି ଏବଂ ସତାରା ଜିଲାରେ ଭୂସ୍ଖଳନ ଘଟି ୭୧ ଜଣଙ୍କ ମୃତ୍ୟୁ ହୋଇଛି। ରାଇଗଡ଼ ଜିଲାର ତାଲିୟା ଗ୍ରାମ ନିକଟରେ ଭୂସ୍ଖଳନ ଯୋଗୁ ୩୮ ଜୀବନ ଯାଇଥିବାବେଳେ ପୋଲାଦପୁରରେ ୧୧ ଜଣ ପ୍ରାଣ ହରାଇଛନ୍ତି। ସେହିପରି ସତାରା ଜିଲାରେ ୧୪ ଏବଂ ଚିପ୍‌ଲୁନ୍‌ରେ ଦୁଇ ଦିନରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଆଉ କେତେଜଣ ମାଟିତଳେ ରହିଯାଇଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟରେ ହେଲିକପ୍ଟର ସହ ଏନ୍‌ଡିଆର୍‌ଏଫ୍‌ ଟିମ୍‌, ସ୍ଥଳସେନା, ବାୟୁସେନା ଓ ନୌସେନା ଯବାନ ନିୟୋଜିତ ହୋଇଛନ୍ତି। ବନ୍ୟା ଅଞ୍ଚଳରୁ ୧୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଉଦ୍ଧାର କରାଗଲାଣି।
ପ୍ରବଳ ବର୍ଷା ଯୋଗୁ ଉପକୂଳବର୍ତ୍ତୀ ଅଞ୍ଚଳରେ ବନ୍ୟା ଆସି ବିଭିନ୍ନ ସ୍ଥାନରେ ଗାଡ଼ିମୋଟର ଓ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଛି। ରାଇଗଡ଼, ରତ୍ନଗିରି, ସତାରା ସମେତ ବିଭିନ୍ନ ଜିଲାରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗିରହିଛି। ବଶିଷ୍ଟି ନଦୀରେ ବନ୍ୟା ଆସିଛି। ଚିପ୍‌ଲୁନ୍‌ ଅଞ୍ଚଳରେ ୩.୫ ମିଟର ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି। ଗୁରୁବାର ରାତିରେ ମହଦ ତହସିଲ୍‌ ଅଞ୍ଚଳ ଅନ୍ତର୍ଗତ ତିନୋଟି ସ୍ଥାନରେ ଭୂସ୍ଖଳନ ହୋଇଥିଲା। ଉକ୍ତ ଅଞ୍ଚଳରେ ଦୁଇଦିନରେ ରେକର୍ଡ ପରିମାଣର ବର୍ଷା ହୋଇଛି। ପାହାଡ଼ିଆ ଅଞ୍ଚଳରେ ଥିବା କେତେକ ଗାଁ ବନ୍ୟା ଓ ଭୂସ୍ଖଳନରେ ଭାସିଯାଇଛି।
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହ ଫୋନ୍‌ ଯୋଗେ କଥା ହେବା ସହ ବନ୍ୟା ସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ରାଇଗଡ଼ ଭୂସ୍ଖଳନରେ ଏତେ ସଂଖ୍ୟାରେ ଲୋକଙ୍କ ଜୀବନ ଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଏଥିସହିତ ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଇଗଡ଼ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ସହାୟତା କରିବା ଲାଗି କଂଗ୍ରେସ କର୍ମୀମାନଙ୍କୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଠାକ୍‌ରେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ କଥା ହୋଇ ଉଦ୍ଧାର ଓ ରିଲିଫ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବୁଝିଥିଲେ।
ଅନ୍ୟ ଏକ ଘଟଣାରେ ଗୁରୁବାର ରାତି ସାଢ଼େ ୨ଟା ବେଳେ କୋହ୍ଲାପୁର ଜିଲାରେ ଏକ ବସ୍‌ ନଦୀ ମଧ୍ୟକୁ ଭାସିଯାଇଛି। ତେବେ ବସ୍‌ରେ ଥିବା ସମସ୍ତ ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ପୋଲ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାବେଳେ ପୋଲିସର ବାରଣ ସତ୍ତ୍ୱେ ଡ୍ରାଇଭର ବସ୍‌ ଏହା ଉପରେ ନେଇଯିବାରୁ ତାହା ଚିକୋଡ଼ି ନଦୀ ମଧ୍ୟକୁ ଭାସିଯାଇଥିଲା।
ମହାରାଷ୍ଟ୍ରର ବିଭିନ୍ନ ଜିଲାରେ ଆଉ କିଛିଦିନ ପ୍ରବଳ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିବା ସହ ସତର୍କ ସୂଚନା ଜାରି କରିଛି। ପ୍ରବଳ ବର୍ଷା ଯୋଗୁ ବନ୍ୟା ଓ ଭୂସ୍ଖଳନରେ କୋଙ୍କଣ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ତେବେ ମୁଖ୍ୟମନ୍ତ୍ରୀ କିମ୍ବା ସରକାରୀ ଅଧିକାରୀମାନେ ଏପର୍ଯ୍ୟନ୍ତ ସେଠାକୁ ଯାଇ ନ ଥିବା ବିଧାନ ପରିଷଦର ବିରୋଧୀ ଦଳ ନେତା ପ୍ରବୀଣ ଡାରେକର ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଏହା ରାଜନୀତି କରିବା ସମୟ ନୁହେଁ ବୋଲି ଏମ୍‌ଏନ୍‌ଏସ୍‌ ମୁଖ୍ୟ ରାଜ୍‌ ଠାକ୍‌ରେ କହିଛନ୍ତି। ସମସ୍ତେ ଏକାଠି କାମ କରି ଯଥାଶୀଘ୍ର ସମ୍ଭବ ଲୋକଙ୍କୁ ଉଦ୍ଧାର କରିବା ପାଇଁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri