Posted inଜାତୀୟ

ଭୂସ୍ଖଳନରେ ୭୧ ମୃତ

ମୁମ୍ବାଇ, ୨୪।୭: ଦୁଇଦିନ ଧରି ଲଗାଣ ବର୍ଷା ଫଳରେ ମହାରାଷ୍ଟ୍ରର ରାଇଗଡ଼, ରତ୍ନଗିରି ଏବଂ ସତାରା ଜିଲାରେ ଭୂସ୍ଖଳନ ଘଟି ୭୧ ଜଣଙ୍କ ମୃତ୍ୟୁ ହୋଇଛି। ରାଇଗଡ଼ ଜିଲାର ତାଲିୟା ଗ୍ରାମ ନିକଟରେ ଭୂସ୍ଖଳନ ଯୋଗୁ ୩୮ ଜୀବନ ଯାଇଥିବାବେଳେ ପୋଲାଦପୁରରେ ୧୧ ଜଣ ପ୍ରାଣ ହରାଇଛନ୍ତି। ସେହିପରି ସତାରା ଜିଲାରେ ୧୪ ଏବଂ ଚିପ୍‌ଲୁନ୍‌ରେ ଦୁଇ ଦିନରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଆଉ କେତେଜଣ ମାଟିତଳେ ରହିଯାଇଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟରେ ହେଲିକପ୍ଟର ସହ ଏନ୍‌ଡିଆର୍‌ଏଫ୍‌ ଟିମ୍‌, ସ୍ଥଳସେନା, ବାୟୁସେନା ଓ ନୌସେନା ଯବାନ ନିୟୋଜିତ ହୋଇଛନ୍ତି। ବନ୍ୟା ଅଞ୍ଚଳରୁ ୧୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଉଦ୍ଧାର କରାଗଲାଣି।
ପ୍ରବଳ ବର୍ଷା ଯୋଗୁ ଉପକୂଳବର୍ତ୍ତୀ ଅଞ୍ଚଳରେ ବନ୍ୟା ଆସି ବିଭିନ୍ନ ସ୍ଥାନରେ ଗାଡ଼ିମୋଟର ଓ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଛି। ରାଇଗଡ଼, ରତ୍ନଗିରି, ସତାରା ସମେତ ବିଭିନ୍ନ ଜିଲାରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗିରହିଛି। ବଶିଷ୍ଟି ନଦୀରେ ବନ୍ୟା ଆସିଛି। ଚିପ୍‌ଲୁନ୍‌ ଅଞ୍ଚଳରେ ୩.୫ ମିଟର ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି। ଗୁରୁବାର ରାତିରେ ମହଦ ତହସିଲ୍‌ ଅଞ୍ଚଳ ଅନ୍ତର୍ଗତ ତିନୋଟି ସ୍ଥାନରେ ଭୂସ୍ଖଳନ ହୋଇଥିଲା। ଉକ୍ତ ଅଞ୍ଚଳରେ ଦୁଇଦିନରେ ରେକର୍ଡ ପରିମାଣର ବର୍ଷା ହୋଇଛି। ପାହାଡ଼ିଆ ଅଞ୍ଚଳରେ ଥିବା କେତେକ ଗାଁ ବନ୍ୟା ଓ ଭୂସ୍ଖଳନରେ ଭାସିଯାଇଛି।
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହ ଫୋନ୍‌ ଯୋଗେ କଥା ହେବା ସହ ବନ୍ୟା ସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ରାଇଗଡ଼ ଭୂସ୍ଖଳନରେ ଏତେ ସଂଖ୍ୟାରେ ଲୋକଙ୍କ ଜୀବନ ଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଏଥିସହିତ ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଇଗଡ଼ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ସହାୟତା କରିବା ଲାଗି କଂଗ୍ରେସ କର୍ମୀମାନଙ୍କୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଠାକ୍‌ରେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ କଥା ହୋଇ ଉଦ୍ଧାର ଓ ରିଲିଫ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବୁଝିଥିଲେ।
ଅନ୍ୟ ଏକ ଘଟଣାରେ ଗୁରୁବାର ରାତି ସାଢ଼େ ୨ଟା ବେଳେ କୋହ୍ଲାପୁର ଜିଲାରେ ଏକ ବସ୍‌ ନଦୀ ମଧ୍ୟକୁ ଭାସିଯାଇଛି। ତେବେ ବସ୍‌ରେ ଥିବା ସମସ୍ତ ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ପୋଲ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାବେଳେ ପୋଲିସର ବାରଣ ସତ୍ତ୍ୱେ ଡ୍ରାଇଭର ବସ୍‌ ଏହା ଉପରେ ନେଇଯିବାରୁ ତାହା ଚିକୋଡ଼ି ନଦୀ ମଧ୍ୟକୁ ଭାସିଯାଇଥିଲା।
ମହାରାଷ୍ଟ୍ରର ବିଭିନ୍ନ ଜିଲାରେ ଆଉ କିଛିଦିନ ପ୍ରବଳ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିବା ସହ ସତର୍କ ସୂଚନା ଜାରି କରିଛି। ପ୍ରବଳ ବର୍ଷା ଯୋଗୁ ବନ୍ୟା ଓ ଭୂସ୍ଖଳନରେ କୋଙ୍କଣ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ତେବେ ମୁଖ୍ୟମନ୍ତ୍ରୀ କିମ୍ବା ସରକାରୀ ଅଧିକାରୀମାନେ ଏପର୍ଯ୍ୟନ୍ତ ସେଠାକୁ ଯାଇ ନ ଥିବା ବିଧାନ ପରିଷଦର ବିରୋଧୀ ଦଳ ନେତା ପ୍ରବୀଣ ଡାରେକର ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଏହା ରାଜନୀତି କରିବା ସମୟ ନୁହେଁ ବୋଲି ଏମ୍‌ଏନ୍‌ଏସ୍‌ ମୁଖ୍ୟ ରାଜ୍‌ ଠାକ୍‌ରେ କହିଛନ୍ତି। ସମସ୍ତେ ଏକାଠି କାମ କରି ଯଥାଶୀଘ୍ର ସମ୍ଭବ ଲୋକଙ୍କୁ ଉଦ୍ଧାର କରିବା ପାଇଁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri