ଆଇପିଏସ୍‌ ଅଫିସର ପରିଚୟ ଦେଇ ୭୧ ହଜାର ଠକିନେଲେ

ଭୁବନେଶ୍ବର,୭ା୧୦(ବ୍ୟୁରୋ):ଆଇପିଏସ୍‌ ଅଫିସର ପରିଚୟ ଦେଇ ଅଶ୍ଳୀଳ ଭିଡିଓ ଭାଇରାଲ କରିବାର ଧମକ ଦେଇ ସାଇବର ଠକ ଜଣେ ଯୁବକଙ୍କଠାରୁ ୭୧ହଜାର ଟଙ୍କା ଠକି ନେଇଛନ୍ତି। ଠକାମିରେ ଶିକାର ହୋଇଥିବା ବ୍ୟକ୍ତି ଜଣକ ହେଲେ ଖୋର୍ଦ୍ଧା ଜିଲା ଜଟଣୀ ଅଞ୍ଚଳର ବେଣୁଧର ମୁଦୁଲି। ତାଙ୍କ ଅଭିଯୋଗକ୍ରମେ ଭୁବନେଶ୍ୱର ସାଇବର ଥାନା ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନାନୁସାରେ, ବେଣୁଧର ମେଡ଼ିସିନ୍‌ ରିପ୍ରେଜେଣ୍ଟିଭ୍‌ ଭାବେ କାମ କରନ୍ତି। ଅନେକ ସମୟରେ ତାଙ୍କ ହ୍ବାଟସ୍‌ଆପ୍‌କୁ ଏକ ଅଜଣା ନମ୍ବରରେ ବାରମ୍ବାର ମେସେଜ୍‌ ଆସୁଥିଲା। ସେ ତାହାକୁ ଗୁରୁତ୍ୱ ଦେଉ ନ ଥିଲେ। ହେଲେ ପରବର୍ତ୍ତୀ ସମୟରେ ଏକ ଭିଡିଓ କଲ୍‌ ଆସିବାରୁ ସେ ତାହା ରିସିଭ୍‌ କରିଦେଇଥିଲେ। ଉକ୍ତ ଭିଡିଓରେ ଜଣେ ଯୁବତୀ ଉଲଗ୍ନ ଅବସ୍ଥାରେ ଥିବା ଦେଖିବାରୁ ସେ ସଙ୍ଗେ ସଙ୍ଗେ କଲ୍‌ଟିକୁ କାଟି ଦେଇଥିଲେ। କିଛିଦିନ ପରେ ପୁଣି ତାଙ୍କ ପାଖକୁ ଏକ କଲ୍‌ ଆସିଥିଲା। କଲ୍‌ କରିଥିବା ବ୍ୟକ୍ତି ଜଣକ ନିଜକୁ ଆଇପିଏସ୍‌ ଅଫିସର ପରିଚୟ ଦେଇଥିଲେ। ଦେଢ଼ଲକ୍ଷ ଟଙ୍କା ନ ଦେଲେ ତାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ୍‌ କରିଦେବାକୁ ଧମକ ଦେଇଥିଲା। ଫଳରେ ସେ ଭୟରେ ୪ଟି କିସ୍ତିରେ ୭୧ ହଜାର ଟଙ୍କା ଅନ୍‌ଲାଇନ ମାଧ୍ୟମରେ ଟ୍ରାନ୍ସଫର କରିଥିଲେ। କିନ୍ତୁ ସାଇବର ଠକ ଜଣକ ମୁଦୁଲିଙ୍କୁ ବାକି ଟଙ୍କା ଦେବାକୁ କହିଥିଲେ। ହେଲେ ଠକାମିରେ ଶିକାର ହୋଇଥିବା ଜାଣିବା ପରେ ସେ ଶେଷରେ ଭୁବନେଶ୍ୱର ସାଇବର ଥାନାରେ ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri