Posted inଜାତୀୟ

୧ ବର୍ଷରେ ଦେଶରେ ୭ ହଜାର ୧୪୦ ଦୁର୍ନୀତି, କେନ୍ଦ୍ର ସରକାରଙ୍କ ବିରୋଧରେ ଶିବସେନାର ଅଭିଯୋଗ…

ମୁମ୍ବାଇ, ୧୮।୫ : ଶିବସେନା ମୁଖପତ୍ର ସାମନାରେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରାଯାଇଛି। ଦେଶରେ ଗତ ୧ ବର୍ଷ ମଧ୍ୟରେ ୭ ହଜାର ୧୪୦ ଦୁର୍ନୀତି ଘଟିଥିବା ସାମନାର ସମ୍ପାଦକୀୟରେ ଉଲ୍ଲେଖ କରାଯାଇଛି। ସୂଚନା ଅଧିକାର ଅନ୍ତର୍ଗତ ଭାରତୀୟ ରିଜର୍ଭ ବ୍ୟାଙ୍କଙ୍କ ପକ୍ଷରୁ ଏହି ବିବରଣୀ ପ୍ରଦାନ କରାଯାଇଥିବା ଏଥିରେ ଦର୍ଶାଯାଇଛି। ମୋଟ ୪୦ ହଜାର ୯୨୫ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ସାମନା କହିଛି।

୭ ହଜାର ୧୪୦ ଦୁର୍ନୀତି ମଧ୍ୟରୁ ସର୍ବାଧିକ ୪ ହଜାର ୧୯୨ କେବଳ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆରେ ଘଟିଛି। ଏଥିରେ ୬ ହଜାର ୯୩୨ କୋଟି ଟଙ୍କାର ଦୁର୍ନୀତି ହୋଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ସର୍ବାଧିକ ପରିମାଣର ଦୁର୍ନୀତି ଘଟିଛି। ଏହି ବ୍ୟାଙ୍କରେ ୪୩୧ ଦୁର୍ନୀତି ହୋଇଥିବାବେଳେ ଏହାର ପରିମାଣ ପ୍ରାୟ ୯ ହଜାର ୫୨୯ କୋଟି ଟଙ୍କା ରହିଛି ବୋଲି ସାମନାରେ ଉଲ୍ଲେଖ କରାଯାଇଛି। ନିରବ ମୋଦିଙ୍କ ମାମଲାରେ ଏହି ବ୍ୟାଙ୍କରେ ୧୧ ହଜାର କୋଟି ଟଙ୍କାର ଠକେଇ ହୋଇଥିଲା।

ଦୁର୍ନୀତିରେ ଜଡ଼ିତ ଥିବା ବ୍ୟକ୍ତିମାନଙ୍କୁ ଦେଶକୁ ଫେରାଇ ଆଣିବା ବିଷୟରେ ସବୁବେଳେ ଚର୍ଚ୍ଚା ହେଉଛି। କିନ୍ତୁ ସରକାରଙ୍କ ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଏବେ ବି ଦେଶର ୫୦ ପ୍ରତିଶତରୁ ଅଧିକ ଲୋକ ଜନସଂଖ୍ୟା ଅଧା ଭୋକିଲା ରହୁଛନ୍ତି। ମାତ୍ର ପ୍ରତିବର୍ଷ ୪୦-୫୦ ହଜାର କୋଟି ଟଙ୍କା ଦୁର୍ନୀତି କରି ଅଭିଯୁକ୍ତମାନେ ଦେଶ ବାହାରେ ପଳାଉଛନ୍ତି। ଏହାକୁ ମଧ୍ୟ ଏକ ଦୁର୍ନୀତି କୁହାଯିବା ଆବଶ୍ୟକ ବୋଲି ସାମନାରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?