ସବୁ ପଞ୍ଚାୟତରେ ୭୧୪୨ ଆକାଉଣ୍ଟାଣ୍ଟଙ୍କୁ ମିଳିବ ନିଯୁକ୍ତି: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରସ୍ତାବ ଉପରେ ବାଜିଲା ମୋହର 

ଭୁବନେଶ୍ୱର,୧୬।୨: ଗ୍ରାମ ପଞ୍ଚାୟତଗୁଡିକରେ ରାଜ୍ୟ  ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାଗୁଡିକୁ କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ଗୁଡିକର ଆର୍ଥିକ ପରିଚାଳନା ଓ ଡକୁମେଣ୍ଟେସନ ସୁବିଧା ପାଇଁ ସମସ୍ତ ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲାଗୁଡିକରେ ରାଜ୍ୟ ସରକାର ଆକାଉଣ୍ଟାଣ୍ଟ କମ ଡାଟାଏଣ୍ଟ୍ରି ଅପରରେଟର ପଦବୀ ସୃଷ୍ଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ୭୧୪୨ ପଦବୀ ସୃଷ୍ଟି କରାଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ  ଶୁକ୍ରବାର ଅନୁମୋଦନ କରାଯାଇଛି।
ଆକାଉଣ୍ଟାଣ୍ଟ କମ ଡାଟାଏଣ୍ଟ୍ରି ଅପରରେଟରମାନେ ଗ୍ରାମ ପଞ୍ଚାୟତ ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରିବେ। ଗ୍ରାମପଞ୍ଚାୟତକୁ ଅଧିକ ଜୀବନ୍ତ ଓ ଗତିଶୀଳ କରିବା ପାଇଁ  ଓଡିଶା ଆକାଉଣ୍ଟ କମ -ଡାଟା ଏଣ୍ଟ୍ରି ଅପରେଟର(ନିଯୁକ୍ତି ପଦ୍ଧତି ଓ ସେବା ସର୍ତ୍ତ) ନିୟମ-୨୦୨୪ ନାମରେ ଏକ ନୂତନ ନିୟମ ପ୍ରସ୍ତୁତ କରାଯାଇଛି। ଗ୍ରମା ପଞ୍ଚାୟତର ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ କାର୍ଯ୍ୟକ୍ରମ ସହିତ ଜଡିତ ଥିବା ଗ୍ରାମ ରୋଜଗାର ସେବକଙ୍କ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ଆକାଉଣ୍ଟ କମ ଡାଟାଏର୍ଟି ଅପରେଟର  ୩୦ ପ୍ରତିଶତ ପଦବୀରେ ସେମାନଙ୍କୁ ମନୋନୀତ କରାଯିବ। ଅବଶିଷ୍ଟ ୭୦ ପ୍ରତିଶତ ପଦବୀ ସବୋର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ପ୍ରତ୍ୟକ୍ଷ ନିଯୁକ୍ତି ଦିଆଯିବ। ଯେଉଁ ଗ୍ରାମ ରୋଜଗାର ସେବକ ଲଗାତର ୫ ବର୍ଷ ପୂରଣ କରିଥିବେ ଓ ସେମାନଙ୍କର ଆବଶ୍ୟକ  ଯୋଗ୍ୟତା ଥିବ ସେମାନଙ୍କୁ ଖାଲି ପଦବୀରେ ଥଇଥାନ  କରାଯିବ।

Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଟୁଇନ୍ ସିଟି ପୋଲିସ କମିଶନର ଦେବଦତ୍ତ ସିଂହ

ଭୁବନେଶ୍ବର,୧୧।୩: ଭୁବନେଶ୍ୱର-କଟକ ଟୁଇନ୍ ସିଟି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଆଇପିଏସ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ବସ୍‌ ନେଲା ବାଇକ୍‌ ଆରୋହୀଙ୍କ ଜୀବନ

ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି।…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri