ପାଣିରେ ପଡ଼ିଛି ଅର୍ଥ ନିଗମର ୭୧୯୨ କୋଟି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅର୍ଥ ନିଗମର ୭୧୯୨ କୋଟି ଟଙ୍କା ପାଣିରେ ପଡ଼ିଛି। ଋଣ ନେଇଥିବା ସଂସ୍ଥା ଓ ବ୍ୟକ୍ତିଙ୍କଠାରୁ ସେହି ଟଙ୍କା ଦୀର୍ଘବର୍ଷ ହେବ ଆଦାୟ ହୋଇପାରୁ ନାହିଁ। ନିଗମ ପକ୍ଷରୁ ବାରମ୍ବାର ନୋଟିସ ପଠାଗଲେ ମଧ୍ୟ ତାହାର କୌଣସି ଜବାବ ମିଳୁନାହିଁ। ଯେଉଁମାନେ କୌଣସିପ୍ରକାର ସହଯୋଗ କରୁନାହାନ୍ତି ସେମାନଙ୍କ ସମ୍ପତ୍ତିକୁ ଜବତ କରିବା ପାଇଁ ନିଗମ ପକ୍ଷରୁ ପଦକ୍ଷେପ ନିଆଯାଉଛି। ବିଜେଡି ସଭ୍ୟ ପ୍ରଶାନ୍ତ ବେହେରାଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ଅର୍ଥ ନିଗମରୁ ୮୧୮୫ ଜଣ ଋଣ ନେଇଛନ୍ତି। ମୂଳ ବାବଦକୁ ୨୫୧ କୋଟି ଓ ସୁଧ ବାବଦକୁ ୭୧୯୨ କୋଟି ଟଙ୍କା ସେମାନଙ୍କ ଉପରେ ପଡ଼ିଛି। ଋଣଗ୍ରହୀତାମାନଙ୍କୁ ବାରମ୍ବାର ପରିଶୋଧ ପାଇଁ ନୋଟିସ କରାଯାଉଛି। ଓ୍ବାନ୍‌ ଟାଇମ୍‌ ସେଟଲମେଣ୍ଟ(ଓଟିଏସ୍‌) ଜରିଆରେ ପଇଠ କରିବାକୁ ପ୍ରବର୍ତ୍ତା ଯାଉଛି। ଯେଉଁମାନେ କୌଣସି ସହଯୋଗ କରୁନାହାନ୍ତି ସେମାନଙ୍କ ସମ୍ପତ୍ତି ଜବତ କରିବାକୁ ପଦକ୍ଷେପ ନିଆଯାଉଛି। ୨୦୨୨ ଡିସେମ୍ବର ୩୧ ସୁଦ୍ଧା ଭୁବନେଶ୍ୱର, କଟକ, ପାରାଦୀପ, ସମ୍ବଲପୁର ଅଞ୍ଚଳର ୩୭୦ଟି ଶିଳ୍ପାନୁଷ୍ଠାନ ଓ ଅନ୍ୟାନ୍ୟ ବନ୍ଧକ ସମ୍ପତ୍ତି ଜବତ କରାଯାଇଛି। କେତେକ କ୍ଷେତ୍ରରେ ମକଦ୍ଦମା ଅଦାଲତର ବିଚାରାଧୀନ ଥିବାରୁ ଏବଂ ଜମିଜମା ରେକର୍ଡ ବିବାଦୀୟ ହୋଇଥିବାରୁ ସମ୍ପତ୍ତି ନିଲାମ କରିବାରେ ବାଧା ସୃଷ୍ଟି ହେଉଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri