ପାଣିରେ ପଡ଼ିଛି ଅର୍ଥ ନିଗମର ୭୧୯୨ କୋଟି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅର୍ଥ ନିଗମର ୭୧୯୨ କୋଟି ଟଙ୍କା ପାଣିରେ ପଡ଼ିଛି। ଋଣ ନେଇଥିବା ସଂସ୍ଥା ଓ ବ୍ୟକ୍ତିଙ୍କଠାରୁ ସେହି ଟଙ୍କା ଦୀର୍ଘବର୍ଷ ହେବ ଆଦାୟ ହୋଇପାରୁ ନାହିଁ। ନିଗମ ପକ୍ଷରୁ ବାରମ୍ବାର ନୋଟିସ ପଠାଗଲେ ମଧ୍ୟ ତାହାର କୌଣସି ଜବାବ ମିଳୁନାହିଁ। ଯେଉଁମାନେ କୌଣସିପ୍ରକାର ସହଯୋଗ କରୁନାହାନ୍ତି ସେମାନଙ୍କ ସମ୍ପତ୍ତିକୁ ଜବତ କରିବା ପାଇଁ ନିଗମ ପକ୍ଷରୁ ପଦକ୍ଷେପ ନିଆଯାଉଛି। ବିଜେଡି ସଭ୍ୟ ପ୍ରଶାନ୍ତ ବେହେରାଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ଅର୍ଥ ନିଗମରୁ ୮୧୮୫ ଜଣ ଋଣ ନେଇଛନ୍ତି। ମୂଳ ବାବଦକୁ ୨୫୧ କୋଟି ଓ ସୁଧ ବାବଦକୁ ୭୧୯୨ କୋଟି ଟଙ୍କା ସେମାନଙ୍କ ଉପରେ ପଡ଼ିଛି। ଋଣଗ୍ରହୀତାମାନଙ୍କୁ ବାରମ୍ବାର ପରିଶୋଧ ପାଇଁ ନୋଟିସ କରାଯାଉଛି। ଓ୍ବାନ୍‌ ଟାଇମ୍‌ ସେଟଲମେଣ୍ଟ(ଓଟିଏସ୍‌) ଜରିଆରେ ପଇଠ କରିବାକୁ ପ୍ରବର୍ତ୍ତା ଯାଉଛି। ଯେଉଁମାନେ କୌଣସି ସହଯୋଗ କରୁନାହାନ୍ତି ସେମାନଙ୍କ ସମ୍ପତ୍ତି ଜବତ କରିବାକୁ ପଦକ୍ଷେପ ନିଆଯାଉଛି। ୨୦୨୨ ଡିସେମ୍ବର ୩୧ ସୁଦ୍ଧା ଭୁବନେଶ୍ୱର, କଟକ, ପାରାଦୀପ, ସମ୍ବଲପୁର ଅଞ୍ଚଳର ୩୭୦ଟି ଶିଳ୍ପାନୁଷ୍ଠାନ ଓ ଅନ୍ୟାନ୍ୟ ବନ୍ଧକ ସମ୍ପତ୍ତି ଜବତ କରାଯାଇଛି। କେତେକ କ୍ଷେତ୍ରରେ ମକଦ୍ଦମା ଅଦାଲତର ବିଚାରାଧୀନ ଥିବାରୁ ଏବଂ ଜମିଜମା ରେକର୍ଡ ବିବାଦୀୟ ହୋଇଥିବାରୁ ସମ୍ପତ୍ତି ନିଲାମ କରିବାରେ ବାଧା ସୃଷ୍ଟି ହେଉଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri