Posted inଜାତୀୟ

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ ଡାଟା ଓ ଆନାଲିଟିକ୍ସ କମ୍ପାନୀ ‘କଣ୍ଟର’ ଦ୍ୱାରା ଏହି ଅଧ୍ୟୟନ ପ୍ରକାଶ କରାଯାଇଛି। ସମ୍ପ୍ରତି ଦେଶର ୧୦ରୁ ୯ ଜଣ ଇଣ୍ଟରନେଟ ବ୍ୟବହାରକାରୀ କୌଣସି ନା କୌଣସି ପ୍ରକାରେ ‘ଏଆଇ’ର ବ୍ୟବହାର କରୁଥିବା ଏହି ଅଧ୍ୟୟନରେ କୁହାଯାଇଛି। ଫୋନରେ ଉତ୍କୃଷ୍ଟ କମ୍ପ୍‌ୟୁଟିଂ ଦକ୍ଷତା, କ୍ଲାଉଡ୍‌ ଭିତ୍ତିଭୂମି ଓ କନେକ୍ଟିଭିଟି କାରଣରୁ ଏହା ସମ୍ଭବ ହୋଇପାରିଛି। ଦେଶରେ ବର୍ତ୍ତମାନ ୭୨.୪ କୋଟି ଲୋକ ବିଭିନ୍ନ ଉପାୟରେ ‘ଏଆଇ’ର ବ୍ୟବହାର କରୁଛନ୍ତି। ପ୍ରତିବର୍ଷ ଏହି ସଂଖ୍ୟା ୬ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ହେବା ନେଇ ଆକଳନ ହୋଇଛି। ଭାରତରେ ମୋବାଇଲ ଫୋନ୍‌ ଯୋଗେ ବିଭିନ୍ନ ପ୍ରକାର ଏଆଇ ଫିଚର ଥିବା ଆପ୍‌ଗୁଡ଼ିକୁ ବହୁଳଭାବେ ବ୍ୟବହାର କରାଯାଉଥିବା ଏହି ଅଧ୍ୟୟନରେ କୁହାଯାଇଛି। ବିଭିନ୍ନ ସୋସିଆଲ ମିଡିଆ, ଫିଟ୍‌ନେସ, ଏଣ୍ଟରଟେନ୍‌ମେଣ୍ଟ ଓ ଫାର୍ମାସୀ ଆଦି ଆପ୍ଲିକେସନଗୁଡ଼ିକରେ ସର୍ବାଧିକ ସଂଖ୍ୟାରେ ଏଆଇ ଫିଚର ରହିଛି। ତେବେ ଭାରତରେ ଏଆଇ ଟେକ୍ନୋଲୋଜୀର ବ୍ୟବହାର ୧୯ରୁ ୨୪ ବର୍ଷୀୟ ଯୁବକଙ୍କ ମଧ୍ୟରେ ବେଶି ରହିଥିବା ଅଧ୍ୟୟନରେ ପ୍ରକାଶ ପାଇଛି। ଏହି ଶ୍ରେଣୀର ଯୁବକଙ୍କ ମଧ୍ୟରେ ୯୨ ପ୍ରତିଶତ ଇଣ୍ଟରନେଟ ୟୁଜର୍ସ ଏଆଇ ବ୍ୟବହାର କରୁଥିବାବେଳେ ୪୫ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମଧ୍ୟରେ ଏହି ସଂଖ୍ୟା ୮୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri