ଆଜି ରାଜ୍ୟରେ ୭୨ ପଜିଟିଭ୍‌ ଚିହ୍ନଟ, ୩୩୫୬୯୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୮ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ସେହିପରି କରୋନାରେ ବାଲେଶ୍ୱରରୁ ଆଜି ଜଣେ ୭୪ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ଆଜି ସୁନ୍ଦରଗଡ଼ରରୁ ସର୍ବାଧିକ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦ ଏବଂ ମୟୂରଭଞ୍ଜରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୬, ବରଗଡ଼ ୬, ଭଦ୍ରକ ୧, ବଲାଙ୍ଗୀର ୨, କଟକ ୪, ଦେବଗଡ଼ ୨, ଢେଙ୍କାନାଳ ୧, ଜଗତସିଂହପୁର ୧, ଯାଜପୁର ୩, ଝାରସୁଗୁଡ଼ା ୬, ଖୋର୍ଦ୍ଧା ୪, ମୟୂରଭଞ୍ଜ ୭, ନୂଆପଡ଼ା ୨, ରାୟଗଡ଼ା ୨, ସମ୍ବଲପୁର ୨ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫, ୬୯୨ରେ ପହଞ୍ଚିଥିବା ବେଳେ ୩,୩୨,୯୪୮ ଜଣ ସୁସ୍ଥ ହୋଇଛନ୍ତି। ୭୮୧ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri