୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ୧ ମାସର ଦରମା ବନ୍ଦ, ଜାଣନ୍ତୁ କାହିଁକି ଏଭଳି କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ପୁରୀ,୨୨।୧( ଅଜିତ୍‌ କୁମାର ମହାନ୍ତି): ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ,ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ ଏବଂ ସାପ କାମୁଡିଲେ ତୁରନ୍ତ କିଭଳି ପ୍ରାଥମିକ ଚିକିତ୍ସା ହୋଇପାରିବ ସେନେଇ ଜିଲାର ସମସ୍ତ ସ୍କୁଲରେ ସଚେତନତା କାର୍ଯ୍ୟକ୍ରମ ଜରିଆରେ ଛାତ୍ରୀଛାତ୍ରମାନଙ୍କୁ ଅବଗତ କରିବା ଲାଗି ନିର୍ଦେଶନାମା ଜାରି କରାଯାଇଥିଲା। ବଜ୍ରପାତ ସଚେତନ ପାଇଁ ଜିଲାର ସମସ୍ତ ବିଦ୍ୟାଳୟକୁ ୨୦୦୦ ଟଙ୍କା ଏବଂ ସାପକାମୁଡା ସଚେତନତା ଲାଗି ଜିଲାର ସମସ୍ତ ସ୍କୁଲକୁ ୨୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ତେବେ ଏହି ସଚେତନତା କାର୍ଯ୍ୟକ୍ରମର ଖର୍ଚ୍ଚର ହିସାବ ନ ଦେଇପାରିବାରୁ ୭୨ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ ପାଇଁ ଚିଠି ହୋଇଛି। ବଜ୍ରପାତ ସଚେତନତା କାର୍ଯ୍ୟକ୍ରମର ହିସାବ ନ ଦେବାରୁ ୩୮ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ଏବଂ ସାପକାମୁଡା ଲାଗି ସଚେତନତା କାର୍ଯ୍ୟକ୍ରମର ହିସାବ ନଦେବାରୁ ୩୪ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?