Posted inଜାତୀୟ

ବିଦାୟ ନେବେ ୭୨ ରାଜ୍ୟ ସଭା ଏମ୍‌ପି…

ନୂଆଦିଲ୍ଲୀ, ୩୧।୩ : ରାଜ୍ୟ ସଭାରେ ଗୁରୁବାର ୭୨ ଜଣ ଅବସରପ୍ରାପ୍ତ ଏମ୍‌ପିଙ୍କୁ ବିଦାୟ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ମୋର କାମନା ଆପଣମାନେ ପୁଣି ରାଜ୍ୟ ସଭାକୁ ଆସନ୍ତୁ। ଏହି ଅବସରରେ ଅଧ୍ୟକ୍ଷ ଏମ ଭେଙ୍କୟା ନାଇଡୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟମାନଙ୍କୁ ବିଦାୟ ଦେଇଛନ୍ତି। ଗୃହର ନେତା ପୀୟୁଷ ଗୋୟଲ ଏବଂ ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଉପସ୍ଥିତ ରହିଥିଲେ। ଏହି ଅବସରପ୍ରାପ୍ତ ସଦସ୍ୟମାନଙ୍କ ମଧ୍ୟରେ ୭ ଜଣ ମନୋନୀତ ସଦସ୍ୟ ରହିଛନ୍ତି। ଗୁରୁବାର ଗୃହରେ ଏମ୍‌ପି ବିଦାୟ ସଭା ପାଇଁ ଶୂନ୍ୟକାଳ ଏବଂ ପ୍ରଶ୍ନକାଳ ରହି ନାହିଁ। ବିଭିନ୍ନ ଦଳର ନେତା ଏବଂ ସଦସ୍ୟମାନଙ୍କୁ ବିଦାୟ କାର୍ଯ୍ୟକ୍ରମରେ କହିବାର ସୁଯୋଗ ଦିଆଯାଇଛି ।

ଏପ୍ରିଲରେ ଅବସର ନେଉଥିବା ସଦସ୍ୟମାନଙ୍କ ମଧ୍ୟରେ କଂଗ୍ରେସର ଆନନ୍ଦ ଶର୍ମା, ଏ.କେ ଆଣ୍ଟୋନି, ଭାଜପାର ସୁବ୍ରମଣ୍ୟନ ସ୍ବାମୀ, ଏମସି ମେରିକୋମ ଏବଂ ସପନ ଦାସଗୁପ୍ତ ପ୍ରମୁଖ ରହିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସୁରେଶ ପ୍ରଭୁ, ଏମଜେ ଆକବର, ଜୟରାମ ରମେଶ, ବିବେକ ତନ୍‌ଖାା, ଭି ବିଜୟସାଇ ରେଡ୍ଡୀଙ୍କ କାର୍ଯ୍ୟକାଳ ଜୁନ ମାସରେ ଶେଷ ହେବ।
ଜୁଲାଇରେ ଅବସର ନେବାକୁ ଥିବା ସଦସ୍ୟମାନଙ୍କ ମଧ୍ୟରେ ପୀୟୁଷ ଗୋୟଲ, ମୁଖ୍‌ତାର ଅବ୍ବାସ ନାକଭି, ପି ଚିଦାମ୍ବରମ, ଅମ୍ବିକା ସୋନି, କପିଲ ସିବଲ, ସତୀଶ ଚନ୍ଦ୍ର ମିଶ୍ର, ସଞ୍ଜୟ ରାଉତ, ପ୍ରଫୁଲ୍ଲ ପଟେଲ ଏବଂ କେଜେ ଆଲଫୋନ୍ସ ଅଛନ୍ତି। କେତେକ କେନ୍ଦ୍ର ମନ୍ତ୍ରୀ ଏବଂ ଭାଜପା ନେତାଙ୍କୁ ପୁନର୍ବାର ମନୋନୀତ କରାଯିବ ଏଥି ସହିତ କଂଗ୍ରେସର କିଛି ସଦସ୍ୟଙ୍କୁ ପୁଣି ମନୋନୀତ କରିବା ଉପରେ ସ୍ଥିତି ସ୍ପଷ୍ଟ ହୋଇନାହିଁ। ଏହି ସଦସ୍ୟମାନଙ୍କ ମଧ୍ୟରୁ କେତେକ ଅସନ୍ତଷ୍ଟ ଗୋଷ୍ଠୀରେ ଯୋଗଦେଇଛନ୍ତି। ସେମାନେ ଦଳର ନେତୃତ୍ୱକୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri