ଜଣେ ଲେଖାଏ ଶିକ୍ଷକରେ ଚାଲିଛି ଜିଲାର ୭୨ ସ୍କୁଲ

ନବରଙ୍ଗପୁର,୬।୮(ସଦାଶିବ ପ୍ରହରାଜ)ପ୍ରତ୍ୟେକ କ୍ଷେତ୍ରରେ ମୂଳଦୁଆ ହେଉଛି ମୁଖ୍ୟ। ଶିକ୍ଷା କ୍ଷେତ୍ରରେ ପ୍ରାଥମିକ ଶିକ୍ଷାକୁ ଜ୍ଞାନ ଅର୍ଜନର ମୂଳଦୁଆ କୁହାଯାଏ। ତେବେ ଜିଲାରେ ୭୨ ବିଦ୍ୟାଳୟ ଜଣେ ଲେଖାଏ ଶିକ୍ଷକରେ ଚାଲିଛି। ଉପାନ୍ତ ହେଉ ବା ସହରାଞ୍ଚଳ, ସବୁଠି ଭୁଶୁଡ଼ି ପଡିଛି ଜିଲାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା। ଛାତ୍ରୀଛାତ୍ରଙ୍କୁ ଉନ୍ନତ ଶିକ୍ଷା ପ୍ରଦାନ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରି ବ୍ୟାପକ ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ଶିକ୍ଷକଙ୍କ ଭିତ୍ତିଭୂମି ନ ସଜାଡ଼ିବା ଯୋଗୁ ଶିକ୍ଷା ବ୍ୟବସ୍ଥା ବର୍ତ୍ତମାନ ନିମ୍ନମୁହାଁ ହେବାରେ ଲାଗିଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାରେ। ଯେଉଁଠି ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ର ଉନ୍ନତ ଶିକ୍ଷା ପାଇବାରୁ ବଞ୍ଚତ୍ତ ହେବା ସହ ଶିକ୍ଷକଙ୍କ ଉପରେ ମଧ୍ୟ ମାନସିକ ଚାପ ପଡୁଥିବା ଦେଖିବାକୁ ମିଳୁଛି। ନବରଙ୍ଗପୁର ଜିଲାର ୧୦ ବ୍ଲକରେ ସମୁଦାୟ ୧୧୧୨ଟି ପ୍ରାଥମିକ ବିଦ୍ୟାଳୟ ରହିଥିବାବେଳେ ୭୨ ବିଦ୍ୟାଳୟ କେବଳ ଜଣେ ଲେଖାଏ ଶିକ୍ଷକରେ ଚାଲିଛି।
ନବରଙ୍ଗପୁର ସଦର ବ୍ଲକ ଅନ୍ତର୍ଗତ ଚକାଛପର ସରକାରୀ ପ୍ରାଥମିକ ବିଦ୍ୟାଳୟ। ଗୋଟିଏ କକ୍ଷରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬୨ଜଣ ଛାତ୍ରୀଛାତ୍ରଙ୍କୁ ବସାଇ ପାଠ ପଢ଼ାଯାଉଛି। ଶିକ୍ଷୟିତ୍ରୀ ଲେଖାମଣି ମୁଦୁଲି ପିଲାଙ୍କ ପାଠ ପଢ଼ା ସହ ଅଫିସ କାର୍ଯ୍ୟ କରୁଛନ୍ତି l ଫଳରେ ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ବିଗତ ଦିନରେ ଏଠାରେ ୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଥିଲେ। ଜଣେ ଶିକ୍ଷକ ଅବସର ନେଇଥିବାବେଳେ ବେଳେ ଆଉ ଜଣେ ପଦୋନ୍ନତି ପାଇ ଅନ୍ୟ ସ୍କୁଲକୁ ଚାଲିଯାଇଛନ୍ତି। ଫଳରେ ସ୍କୁଲର ବିଭିନ୍ନ କାମ ସହ ୬୨ ଜଣ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ଅସୁବିଧା ହେଉଛି ବୋଲି ଶିକ୍ଷୟିତ୍ରୀ ଲେଖାମଣି ମୁଦୁଲି କହିଛନ୍ତି। ଏଠାରେ ଆଉ ଜଣେ ଶିକ୍ଷକ ନିଯୁକ୍ତି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ସେହିଭଳି ଅଗ୍ନିପୁର ପଞ୍ଚାୟତ ଅଧୀନ ଡି.ବେହେରାଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟର ସ୍ଥିତି ସମାନ। ୨୫ ଛାତ୍ରୀଛାତ୍ରଙ୍କ ପାଇଁ ଜଣେ ଶିକ୍ଷୟିତ୍ରୀ। ଫଳରେ ଅଫିସ କାର୍ଯ୍ୟ ସହ ପାଠପଢ଼ା ବ୍ୟାଘାତ ହେଉଛି। ଏପରିକି ଶିକ୍ଷୟିତ୍ରୀ ଜଣଙ୍କ ଅସୁସ୍ଥ ହେଲେ ମଧ୍ୟ ବାଧ୍ୟହୋଇ ସ୍କୁଲକୁ ଆସି ପିଲାଙ୍କୁ ପାଠ ପଢ଼ାଉଛନ୍ତି। ଏଠାରେ ମଧ୍ୟ ଗୋଟିଏ ଶ୍ରେଣୀଗୃହରେ ୫ଟି ଶ୍ରେଣୀର ଛାତ୍ରୀଛାତ୍ର ବସି ପଢୁଛନ୍ତି। କାଳେ ଛାତ୍ରୀଛାତ୍ର ବାହାରକୁ ଚାଲିଯିବେ, ତେଣୁ ଗେଟ୍‌କୁ ତାଲା ପକାଇ ରଖୁଛନ୍ତି ବୋଲି ଶିକ୍ଷୟିତ୍ରୀ ସୁଜାତା ମଣ୍ଡଳ କହିଛନ୍ତି। ପିଲାଙ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା କରିବାକୁ ହେଲେ ଆଉ ଜଣେ ଶିକ୍ଷକ ନିଯୁକ୍ତି ପାଇଁ ଦାବି ହୋଇଛି। ସେମିତି ନବରଙ୍ଗପୁର ସହର ମଧ୍ୟରେ ଥିବା ବ୍ଲକ କଲୋନି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବି ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ୩୨ ଛାତ୍ରୀଛାତ୍ରଙ୍କ ପାଇଁ ଜଣେ ଶିକ୍ଷୟିତ୍ରୀ ରହିଛନ୍ତି। ଜିଲାର କେତେକ ସ୍କୁଲରେ ଛାତ୍ରୀଛାତ୍ର କମ୍‌ ଥିଲେ ମଧ୍ୟ ସେଠାରେ ଶିକ୍ଷକଙ୍କ ସଂଖ୍ୟା ଅଧିକ ରହିଛି। ତାହାକୁ ଜିଲା ଶିକ୍ଷା ବିଭାଗ ତର୍ଜମାକରି ଅନୁପାତଭିତ୍ତିକ ଶିକ୍ଷକ ନିଯୁକ୍ତି କରିବାକୁ ଅଭିଭାବକମାନେ ଦାବି କରିଛନ୍ତି।
ଅନ୍ୟପଟେ ଶିକ୍ଷୟିତ୍ରୀ ଶିକ୍ଷକ ଓ ଅଭିଭାବକଙ୍କ ଦାବିକୁ ଯଥାର୍ଥ ବୋଲି ଜିଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ କହିଛନ୍ତି। ଜିଲାରେ ୭୨ଟି ବିଦ୍ୟାଳୟ କେବଳ ଜଣେ ଲେଖାଏ ଶିକ୍ଷକରେ ଚାଲିଥିବା ସ୍ବୀକାର କରିଛନ୍ତି। ଏହା ଉପରେ ତର୍ଜମାକରି ଉକ୍ତ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri