୧୨ ଟି ବିଭାଗରେ ନିଯୁକ୍ତି ପାଇଲେ ୭,୨୯୩: ସ୍ୱଚ୍ଛତା ଓ ସାଧୁତା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର,୨୫।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମଠାରେ ଅନୁଷ୍ଠିତ ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ- ୨୦୨୫ ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ୧୨ଟି ବିଭାଗରେ ନବନିଯୁକ୍ତି ପାଇଥିବା ୭,୨୯୩ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି।

ରାଜ୍ୟ ସରକାରଙ୍କ ୧୨ଟି ବିଭାଗରେ ଆଜି ମୋଟ ୭,୨୯୩ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଗତ ୧୭ ମାସ ମଧ୍ୟରେ ୧୨ଟି ନିଯୁକ୍ତିମେଳା ଜରିଆରେ ମୋଟ ୩୭,୩୨୫ ଜଣଙ୍କୁ ନିଯୁକ୍ତି ଦିଆଯାଇଛି।

ନବନିଯୁକ୍ତଙ୍କୁ ଉପଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ସାଧୁତାପୂର୍ଣ୍ଣ ପ୍ରକ୍ରିୟାରେ ଚାକିରୀ ପାଇଥିବାରୁ ସେମାନେ ନିଜ କର୍ତ୍ତବ୍ୟପଥରେ ସାଧୁତା ଓ ସ୍ୱଚ୍ଛତା ଅବଲମ୍ୱନ କରିବା ପାଇଁ ସଂକଳ୍ପବଦ୍ଧ ହେବା ଉଚିତ। ସେ ଦୁର୍ନୀତିକୁ ବିଷ ମନେକରି ତା’ଠାରୁ ଦୂରରେ ରହିବାକୁ ପରାମର୍ଶ ଦେଇଥିଲେ ଏବଂ ନିଜର ପ୍ରତ୍ୟେକ ପଦକ୍ଷେପ ଯେପରି ଓଡ଼ିଶା ଓ ରାଜ୍ୟବାସୀଙ୍କ ଉନ୍ନତିରେ ସହାୟକ ହେବ, ସେଥିପ୍ରତି ଧ୍ୟାନ ଦେବାକୁ କହିଥିଲେ।

ନିଯୁକ୍ତି ପାଇଥିବା ପ୍ରମୁଖ ବିଭାଗଗୁଡ଼ିକ ମଧ୍ୟରେ ୧୯୭୯ ଜଣ କନଷ୍ଟବଳ ଓ ୩୮୬ ଜଣ ଡ୍ରାଇଭର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୧୯୧୩ ଜଣ ସ୍ନାତକ ଶିକ୍ଷକ/ଶିକ୍ଷୟତ୍ରୀ ଏବଂ ୨୪୧ ଜଣ ପିଜିଟି। ଜଙ୍ଗଲ ଓ ପରିବେଶ ବିଭାଗର ୧୫୦୪ ଜଣ ଫରେଷ୍ଟଗାର୍ଡ ଓ ୨୪୬ ଜଣ ଫରେଷ୍ଟର। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗର ୨୪ ଜଣ ସହକାରୀ ମତ୍ସ୍ୟ ଅଧିକାରୀ ଏବଂ ୬୪୮ ଜଣ ପ୍ରାଣୀଧନ ନିରୀକ୍ଷକ। ଏହା ସହିତ ଆଡଭୋକେଟ ଜେନେରାଲ ଅଫିସ ପାଇଁ ପ୍ରଥମ ଥର ପାଇଁ ନିୟମିତ ନିଯୁକ୍ତି ପ୍ରକ୍ରିୟାରେ ୪୦ ଜଣ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ...

ସିଆର୍‌ପିଏଫ୍‌ର ନେତୃତ୍ୱ ନେବେ ସିମରନ୍‌ ବାଲା

ନୂଆଦିଲ୍ଲୀ,୨୨ା୧: ଜାନୁଆରୀ ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପାଳନ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ନେତୃତ୍ୱ ନେବେ...

ନିଜ କଥା ରଖିପାରିଲେନି ଆମେରିକା ରାଷ୍ଟ୍ରପତି, ନେଲେ ୟୁ ଟର୍ନ

ଓ୍ବାଶିଂଟନ,୨୨।୧: ଗ୍ରୀନଲାଣ୍ଡ ଉପରେ ୟୁରୋପୀୟ ଦେଶମାନଙ୍କ ଉପରେ ଶୁଳ୍କ ଲଗାଇବାର ଧମକ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନର ଅନୁମାନ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ...

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri