କେନ୍ଦୁଝରରେ ୭୩.୯% ଛାତ୍ରୀଛାତ୍ର କୃତକାର୍ଯ୍ୟ

କେନ୍ଦୁଝର,୩୧।୫(ସ୍ବ.ପ୍ର.): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ କେନ୍ଦୁଝର ଜିଲାର ୭୩.୯% ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ୨୦୨୩ରେ +୨ ବିଜ୍ଞାନ ପରୀକ୍ଷାରେ କେନ୍ଦୁଝର ଜିଲାର ବିଭିନ୍ନ ମହାବିଦ୍ୟାଳୟର ୩୦୮୮ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୭୦୦ଜଣ ପ୍ରଥମ ଶ୍ରେଣୀରେ କୃତକାର୍ଯ୍ୟ ହୋଇଛନ୍ତି । ୭୨୦ ଛାତ୍ରୀଛାତ୍ର ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୮୦୮ଜଣ ତୃତୀୟ ଓ ୫ଜଣ କମ୍ପାଟମେଣ୍ଟାଲରେ ପାସ୍‌ କରିଥିବା ଜଣାପଡିଛି। ପ୍ରଥମ, ଦ୍ୱିତୀୟ, ତୃତୀୟ ଓ କମ୍ପାର୍ଟମେଣ୍ଟାଲକୁ ମିଶାଇ କେନ୍ଦୁଝର ଜିଲାର ମୋଟ ୨୨୩୮ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଥିବା ସୂଚନା ମିଳିଛି।

୧୫ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ କପି କରି ଧରାପଡିଥିବା କାରଣରୁ ସେମାନଙ୍କ ପରୀକ୍ଷା ଫଳ ସ୍ଥଗିତ ରଖାଯାଇଥିବା ଯୁକ୍ତ ୨ ଆଞ୍ଚଳିକ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ସେହିପରି ଯୁକ୍ତ ୨ ବାଣିଜ୍ୟ ୯୫୫ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୧୭୯ଜଣ ପ୍ରଥମ ଶ୍ରେଣୀରେ ପାସ୍‌ ହୋଇଥିବା ବେଳେ ୧୩୫ଜଣ ଦ୍ୱିତୀୟ ଏବଂ ୩୪୫ଜଣ ତୃତୀୟ ଓ ୬ଜଣ କମ୍ପାର୍ଟମେଣ୍ଟାଲରେ ପାସ୍‌ କରିଛନ୍ତି। ମୋଟ ପାସ୍‌ ହାର ୬୯.୬୫ ରହିଥିବା ବେଳେ ବାଣିଜ୍ୟରେ ଜିଲାରୁ ମୋଟ ୬୬୫ଜଣ କୃତକାର୍ଯ୍ୟ ହୋଇଛନ୍ତି।

ଅନ୍ୟପକ୍ଷେ କେନ୍ଦୁଝର ଧରଣୀଧର ହାୟର ସେକେଣ୍ଡାରୀ ସ୍କୁଲରୁ ଯୁକ୍ତ ୨ ବିଜ୍ଞାନରେ ୧୦୪ଜଣ ପ୍ରଥମ ଶ୍ରେଣୀରେ, ୪୮ଜଣ ଦ୍ୱିତୀୟ ଏବଂ ୯ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ ୧୬୧ଜଣ କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ଯୁକ୍ତ ୨ ବାଣିଜ୍ୟରେ ୭୭ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ସେଥିମଧ୍ୟରୁ ୪୭ଜଣ ପ୍ରଥମ ଶ୍ରେଣୀରେ ପାସ୍‌ କରିଥିବା ବେଳେ ୨୦ଜଣ ଦ୍ୱିତୀୟ ଏବଂ ୧୦ଜଣ ଛାତ୍ରୀଛାତ୍ର ତୃତୀୟ ଶ୍ରେଣୀରେ କୃତକାର୍ଯ୍ୟ ହୋଇଛନ୍ତି। ଏହି ମହାବିଦ୍ୟାଳୟର ଯୁକ୍ତ ୨ ବିଜ୍ଞାନ ଏକ୍ସରେଗୁଲାରରେ ୬ ଜଣ ପାସ୍‌ କରିଛନ୍ତି। ଏମାନଙ୍କ ମଧ୍ୟରୁ ୪ଜଣ ଦ୍ୱିତୀୟ ଶ୍ରେଣୀରେ ପାସ୍‌ କରିଥିବାବେଳେ ୨ଜଣ ତୃତୀୟ ଶ୍ରେଣୀରେ ପାସ କରିଛନ୍ତି। ସୂଚନା ଅନୁସାରେ ଡିଡି ହାୟର ସେକେଣ୍ଡାରୀ ସ୍କୁଲର ପଦ୍ମିନୀ ଓଝା କଲେଜର ବିଜ୍ଞାନ ରେଗୁଲାରରେ ସର୍ବାଧିକ ୯୨.୬୭%ରେ ୫୫୬ ନମ୍ବର ରଖିଥିବା ବେଳେ ଶିବମ ସୁନ୍ଧରମ ସାହୁ ଦ୍ୱିତୀୟ ଏବଂ ଦିଗ୍‌ବିଜୟ ଦଳ ବେହେରା ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?