ନାଳିରେ ୭୩ ମଇଁଷିଙ୍କ ମୃତ୍ୟୁ, କୁମ୍ଭୀର ଆକ୍ରମଣ ନା ଆଉ କିଛି ବଢୁଛି ଚର୍ଚ୍ଚା

ଆଳି/ରାଜନଗର,୧୮ା୮(ବନମାଳୀ ସେନାପତି/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଏକମାଣିଆ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ୩ ଗୋପାଳକଙ୍କ ୭୩ ମଇଁଷିଙ୍କ ବ୍ରାହ୍ମଣୀ ନଦୀ ଶାଖା ଦକ୍ଷିଣଡିହା ଗଳିଆ ପାଣି ନାଳିରେ ମୃତ୍ୟୁ ଘଟିଛି। କୁମ୍ଭୀର ଆକ୍ରମଣ ନା ଚିଙ୍ଗୁଡ଼ିଘେରିର ରାସାୟନିକ ପାଣି ଯୋଗୁ ବିଷକ୍ରିୟାରେ ମୃତ୍ୟୁ ଘଟିଛି ତାହାକୁ ନେଇ ଅଞ୍ଚଳବାସୀଙ୍କ ମନରେ ସନ୍ଦେହ ସୃଷ୍ଟି କରିଛି।
ରବିବାର ସକାଳ ପ୍ରାୟ ୮ଟାରେ ଏକମାଣିଆ  ଗାଁର ଗଣେଶ ଦାସ, ଜଗନ୍ନାଥ ଦାସ ଓ ପରମାନନ୍ଦ ବିଶ୍ୱାଳଙ୍କ ୮୮ ମଇଁଷି ଗଳିଆ ନାଳି ପାଖରେ ବନ୍ଧା ହୋଇଥିଲେ। ମଇଁଷିମାନଙ୍କୁ ଖାଇବାକୁ ଦିଆଯିବା ସହ କ୍ଷୀରଦୁହାଁ ଯିବା ପରେ ଚରିବା ପାଇଁ ପଘା ଖୋଲା ଯାଇଥିଲା। ଗଳିଆ ନାଳି ପାର ହୋଇ ଚରି ଚରି ଆଗକୁ ମଇଁଷି ସବୁ ଯାଉଥିଲେ। ନାଳିଟି ଗହୀରିଆ ଓ ଅଣଓସାରିଆ ଥିବାରୁ କୁମ୍ଭୀର ଆକ୍ରମଣ ନା ବିଷକ୍ରିୟା ଯୋଗୁ ମଇଁଷିମାନେ ଛନ୍ଦାଛନ୍ଦି ହୋଇ ପାଣିରେ ବୁଡ଼ି ଯାଇଥିଲେ। ଗୋପାଳକ ଏହା ଦେଖି ଗ୍ରାମବାସୀଙ୍କୁ ଖବର ଦେବା ପରେ ୨ଟି ଡଙ୍ଗା ନେଇ ନାଳି ମଧ୍ୟରେ ଖୋଜାଖୋଜି କରି ୭୩ ମଇଁଷିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗଣେଶ ଦାସଙ୍କ ୪୦, ଜଗନ୍ନାଥ ଦାସଙ୍କ ୧୭ ଓ ପରମାନନ୍ଦ ବିଶ୍ୱାଳଙ୍କ ୧୬ ମଇଁଷିଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଅପରପକ୍ଷେ ଜଗନ୍ନାଥଙ୍କ ୩ଟି ଓ ପରମାନନ୍ଦଙ୍କର ୧୨ ମଇଁଷି ସୌଭାଗ୍ୟବଶତଃ ବଞ୍ଚତ୍ ଯାଇଛନ୍ତି। ରାଜ୍ୟରେ ଏଭଳି ଅଘଟଣ ପ୍ରଥମ ଥର ଘଟିଛି ବୋଲି ମଧ୍ୟ କୁହାଯାଉଛି।
ଅନ୍ୟପକ୍ଷରେ ମଇଁଷି ନଦୀରେ ପହଁରି ଯାତାୟାତ କରିବା ସହ ଦୀର୍ଘ ସମୟ ପାଣିରେ ପଡ଼ି ରହିଥାନ୍ତି। କିନ୍ତୁ ଯେଉଁ ନାଳି ଦେଇ ସବୁଦିନ ମଇଁଷିମାନେ ଯାତାୟାତ କରନ୍ତି, ସେହି ନାଳିରେ ବୁଡ଼ି ମରିବା ଘଟଣା ଗୋପାଳକଙ୍କୁ ଆଶ୍ଚର୍ଯ୍ୟ କରିଛି। ମଇଁଷି ରଖି ପରିବାରର ଗୁଜୁରାଣ ମେଣ୍ଟାଉଥିବା ଏହି ପରିବାର ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡ଼ିଛନ୍ତି। କ୍ଷୀର ବିକ୍ରି କରି ପରିବାର ପ୍ରତିପୋଷଣ କରନ୍ତି। ଜୀବନ ବଞ୍ଚତ୍ୟାଇଛି ସତ, କିନ୍ତୁ ଜୀବିକା ସମ୍ପୂର୍ଣ୍ଣ ଭାବେ ଉଜୁଡି ଯାଇଛି। ଏ ନେଇ ୩ ଗୋପାଳକ ଓ ସରପଞ୍ଚ ଅହଲ୍ୟା ବିଶ୍ୱାଳ ରାଜନଗର ବନ ବିଭାଗ ନିକଟରେ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି କରି ଏକ ଲିଖିତ ଅଭିଯୋଗ ପତ୍ର ଦେଇଛନ୍ତି। ଏଥିସହ ଆଳି ତହସିଲ, ଥାନା ଓ ପ୍ରାଣୀ ଚିକିତ୍ସାଳୟରେ ମଧ୍ୟ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ରାଜନଗର ବନପାଳ ବିଜୟ ପାତ୍ରଙ୍କୁ ପଚାରିବାରେ ଖବର ପାଇଛି। ସନ୍ଧ୍ୟାରେ ଘଟଣାସ୍ଥଳ ଯାଇ ତଦନ୍ତ ଆରମ୍ଭ କରିଛୁ। ଆଳି ତହସିଲଦାର ଶାନ୍ତି ସ୍ବରୂପ ମିଶ୍ର, କେନ୍ଦ୍ରାପଡ଼ା ଜିଲା ପ୍ରାଣୀ ଚିକିତ୍ସାଳୟର ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମନୋଜ ପଟ୍ଟନାୟକ, ରାଜନଗର ପ୍ରାଣୀ ଚିକିତ୍ସା ଅଧିକାରୀ ପ୍ରକାଶ ଚନ୍ଦ୍ର ଜେନା ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସୋମବାର ମୃତଦେହ ବ୍ୟବଚ୍ଛେଦ କରାଯିବ। ମୃତ୍ୟୁର କାରଣ ଜଣାପଡ଼ିବା ପରେ ଡିଏଫ୍‌ଓଙ୍କୁ ରିପୋର୍ଟ ପ୍ରଦାନ କରାଯିବ। ତାଙ୍କ ନିର୍ଦ୍ଦେଶକ୍ରମେ କ୍ଷତିଗ୍ରସ୍ତ ଗୋପାଳକଙ୍କୁ ସରକାରଙ୍କ ନିୟମ ଅନୁସାରେ ସହାୟତା ଦିଆଯିବ ବୋଲି ବନପାଳ ପାତ୍ର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri