Posted inଜାତୀୟ

କର୍ନାଟକରେ ବନ୍ୟା ବିପତ୍ତି: ୨ ମାସରେ ଗଲାଣି ୭୩ ଜୀବନ

ବେଙ୍ଗାଲୁରୁ,୯।୮: ଚଳିତ ବର୍ଷ ବନ୍ୟା ଓ ବର୍ଷା କାରଣରୁ କର୍ନାଟକରେ ୨ ମାସ ମଧ୍ୟରେ ୭୩ ଜଣଙ୍କ ପ୍ରାଣହାନି ଘଟିଛି। ରାଜ୍ୟରେ ବନ୍ୟା ପ୍ରଭାବିତ ୭,୩୮୭ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। କ୍ଷତିଗ୍ରସ୍ତ ଲୋକଙ୍କୁ ଆବଶ୍ୟକୀୟ ଖାଦ୍ୟପେୟ ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୭୫ଟି ରିଲିଫ୍‌ କ୍ୟାମ୍ପ ତିଆରି କରାଯାଇଥିବା ରାଜ୍ୟ ରେଭିନ୍ୟୁ ମନ୍ତ୍ରୀ ଆର୍‌. ଅଶୋକା କହିଛନ୍ତି।

୧୪ ଜିଲାରେ ଥିବା ୧୬୧ ଗ୍ରାମ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି। ଏହାଦ୍ୱାରା ପାଖପାଖି ୨୧,୭୨୭ ଜଣଙ୍କ ଜୀବନ ପ୍ରଭାବିତ ହୋଇଛି। ୭୩ ଜଣ ମୃତକଙ୍କ ମଧ୍ୟରୁ ଘଡ଼ଘଡ଼ିରେ ୧୫ଜଣ, ଗଛପଡ଼ି ୫, ଘର ଭୁଶୁଡ଼ି ୧୯ ଓ ବନ୍ୟାଜଳରେ ଭାସି ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ମନ୍ତ୍ରୀ କହିଛନ୍ତି। ଉକ୍ତ ଘଟଣା ଜୁନ୍‌ ୧ରୁ ଅଗଷ୍ଟ ୭ ମଧ୍ୟରେ ଘଟିଥିବା ବେଳେ ୨,୯୪୯ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ବନ୍ୟା ଯୋଗୁ ରାଜ୍ୟରେ ଫସଲ ଜମି, ରାସ୍ତା ନଷ୍ଟ ହୋଇଥିବା ଜଣାପଡ଼ିଛି। ମୃତକମାନଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ୫ ଲକ୍ଷ ଏବଂ କେନ୍ଦ୍ର ସରକାରଙ୍କ ତରଫରୁ ୪ ଲକ୍ଷ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri