Posted inଜାତୀୟ

କର୍ନାଟକରେ ବନ୍ୟା ବିପତ୍ତି: ୨ ମାସରେ ଗଲାଣି ୭୩ ଜୀବନ

ବେଙ୍ଗାଲୁରୁ,୯।୮: ଚଳିତ ବର୍ଷ ବନ୍ୟା ଓ ବର୍ଷା କାରଣରୁ କର୍ନାଟକରେ ୨ ମାସ ମଧ୍ୟରେ ୭୩ ଜଣଙ୍କ ପ୍ରାଣହାନି ଘଟିଛି। ରାଜ୍ୟରେ ବନ୍ୟା ପ୍ରଭାବିତ ୭,୩୮୭ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। କ୍ଷତିଗ୍ରସ୍ତ ଲୋକଙ୍କୁ ଆବଶ୍ୟକୀୟ ଖାଦ୍ୟପେୟ ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୭୫ଟି ରିଲିଫ୍‌ କ୍ୟାମ୍ପ ତିଆରି କରାଯାଇଥିବା ରାଜ୍ୟ ରେଭିନ୍ୟୁ ମନ୍ତ୍ରୀ ଆର୍‌. ଅଶୋକା କହିଛନ୍ତି।

୧୪ ଜିଲାରେ ଥିବା ୧୬୧ ଗ୍ରାମ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି। ଏହାଦ୍ୱାରା ପାଖପାଖି ୨୧,୭୨୭ ଜଣଙ୍କ ଜୀବନ ପ୍ରଭାବିତ ହୋଇଛି। ୭୩ ଜଣ ମୃତକଙ୍କ ମଧ୍ୟରୁ ଘଡ଼ଘଡ଼ିରେ ୧୫ଜଣ, ଗଛପଡ଼ି ୫, ଘର ଭୁଶୁଡ଼ି ୧୯ ଓ ବନ୍ୟାଜଳରେ ଭାସି ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ମନ୍ତ୍ରୀ କହିଛନ୍ତି। ଉକ୍ତ ଘଟଣା ଜୁନ୍‌ ୧ରୁ ଅଗଷ୍ଟ ୭ ମଧ୍ୟରେ ଘଟିଥିବା ବେଳେ ୨,୯୪୯ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ବନ୍ୟା ଯୋଗୁ ରାଜ୍ୟରେ ଫସଲ ଜମି, ରାସ୍ତା ନଷ୍ଟ ହୋଇଥିବା ଜଣାପଡ଼ିଛି। ମୃତକମାନଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ୫ ଲକ୍ଷ ଏବଂ କେନ୍ଦ୍ର ସରକାରଙ୍କ ତରଫରୁ ୪ ଲକ୍ଷ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri