୧୫ ପଞ୍ଚାୟତର ୭୩୪ ବିସ୍ଥାପିତ

ନିଶ୍ଚିନ୍ତକୋଇଲି,୨୫।୫(ସ୍ବ.ପ୍ର.): ମନ୍ତ୍ରୀ ପ୍ରତାପ ଜେନାଙ୍କ ଜିରୋ କାଜୁଆଲିଟି ତାଗିଦ ପରେ ବ୍ଲକ ପ୍ରଶାସନ ତତ୍ପରତା ଦେଖାଇଛି। ବୁଧବାର ଅପରାହ୍ନରେ ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ୍‌ ହେବ। ଏଥିପାଇଁ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ୪୧ଟି ପଞ୍ଚାୟତରେ ସ୍ଥାନାନ୍ତର କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବିଡିଓ କନର୍ର୍ଦେବ ସମାଦ୍ଧାରଙ୍କ ନିର୍ଦ୍ଦେଶକ୍ରମେ ପ୍ରାଥମିକ ଅବସ୍ଥାରେ ଗୃହ ସଙ୍ଗରୋଧରେ ଥିବା ୨୬ଜଣ କରୋନା ସଂକ୍ରମିତଙ୍କୁ ସ୍ବତନ୍ତ୍ର ଆଇସୋଲେସନ ରୁମରେ ରଖାଯାଇଛି। ଏଥିସହ ୨୩ଜଣ ଗର୍ଭବତୀଙ୍କୁ ପାଖ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ବ୍ଲକ ପ୍ରଶାସନ ତରଫରୁ ବାତ୍ୟା ପୂର୍ବରୁ ୮ ହଜାର ୬୯୫ଜଣଙ୍କୁ ସ୍ଥାନାନ୍ତର କରିବା ପାଇଁ ୩ଟି ଆଶ୍ରୟସ୍ଥଳ ଓ ୭୯ବିଦ୍ୟାଳୟକୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ରୂପେ ଘୋଷଣା କରାଯାଇଛି। ମଙ୍ଗଳବାର ମଧ୍ୟାହ୍ନ ସୁଧା ବ୍ଲକ ପ୍ରଶାସନ ପକ୍ଷରୁ ୧୫ଟି ପଞ୍ଚାୟତର ୭୩୪ଜଣଙ୍କୁ ବିଭିନ୍ନ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ସେଥିମଧ୍ୟରୁ ୧୪୮ଜଣ ଶିଶୁ ରହିଛନ୍ତି। ଆଶ୍ରୟସ୍ଥଳରେ ସମସ୍ତ ଲୋକଙ୍କୁ ସୁଖିଲା ଖାଦ୍ୟ ପ୍ରଦାନ କରାଯାଇଛି।

 

ଏପର୍ଯ୍ୟନ୍ତ ୨୬ଟି ପଞ୍ଚାୟତର କୌଣସି ଲୋକଙ୍କୁ ସ୍ଥାନାନ୍ତର କରାଯାଇ ନାହିଁ କିମ୍ବା ଶୁଖିଲା ଖାଦ୍ୟ ଦିଆଯାଇନାହିଁ। ଗୃହପାଳିତ ପଶୁମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ସ୍ବତନ୍ତ୍ର ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀରେ ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ବ୍ଲକରେ ସ୍ବତନ୍ତ୍ର କଂଟ୍ରୋଲ ରୁମ ଖୋଲାଯାଇଥିବା ବେଳେ ପ୍ରତି ପଞ୍ଚାୟତରେ ଉଦ୍ଧାର କାର୍ଯ୍ୟ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଛନ୍ତି। ପ୍ରଶାସନ ଲୋକପ୍ରତିନିଧି ଓ ସ୍ବେଚ୍ଛାସେବୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ବିଡିଓ ,ତହସିଲଦାର,ମେଡିକାଲ ଅଫିସର,ଭେଟେନାରୀ ଅଫିସର ଓ ଆସିଡିଏସର କର୍ମଚାରୀମାନେ ନିଜ ନିଜ ବିଭାଗର ସମୀକ୍ଷା କରି କଂଟ୍ରୋଲ ରୁମକୁ ସୂଚନା ଦେଉଛନ୍ତି। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ନିଶ୍ଚିନ୍ତକୋଇଲି ଓ ମାହାଙ୍ଗା ବ୍ଲକ ଗସ୍ତରେ ଆସି ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି। ନଗଶପୁର ଓ ଦାଉଦପୁର ପଞ୍ଚାୟତ ବିଭିନ୍ନ ଆଶ୍ରୟସ୍ଥଳୀ ବୁଲି ପରିଦର୍ଶନ କରିଛନ୍ତି। ଅପରପକ୍ଷରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ନିର୍ଦ୍ଦେଶକ୍ରମେ ୮୨ଟି ବାତ୍ୟା ଆଶ୍ରୟସ୍ଥଳୀରେ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ଅଶୋକ ଓଝା ଗିରିଶ ରଞ୍ଜନ ମହାପାତ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?