୧୫ ପଞ୍ଚାୟତର ୭୩୪ ବିସ୍ଥାପିତ

ନିଶ୍ଚିନ୍ତକୋଇଲି,୨୫।୫(ସ୍ବ.ପ୍ର.): ମନ୍ତ୍ରୀ ପ୍ରତାପ ଜେନାଙ୍କ ଜିରୋ କାଜୁଆଲିଟି ତାଗିଦ ପରେ ବ୍ଲକ ପ୍ରଶାସନ ତତ୍ପରତା ଦେଖାଇଛି। ବୁଧବାର ଅପରାହ୍ନରେ ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ୍‌ ହେବ। ଏଥିପାଇଁ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ୪୧ଟି ପଞ୍ଚାୟତରେ ସ୍ଥାନାନ୍ତର କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବିଡିଓ କନର୍ର୍ଦେବ ସମାଦ୍ଧାରଙ୍କ ନିର୍ଦ୍ଦେଶକ୍ରମେ ପ୍ରାଥମିକ ଅବସ୍ଥାରେ ଗୃହ ସଙ୍ଗରୋଧରେ ଥିବା ୨୬ଜଣ କରୋନା ସଂକ୍ରମିତଙ୍କୁ ସ୍ବତନ୍ତ୍ର ଆଇସୋଲେସନ ରୁମରେ ରଖାଯାଇଛି। ଏଥିସହ ୨୩ଜଣ ଗର୍ଭବତୀଙ୍କୁ ପାଖ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ବ୍ଲକ ପ୍ରଶାସନ ତରଫରୁ ବାତ୍ୟା ପୂର୍ବରୁ ୮ ହଜାର ୬୯୫ଜଣଙ୍କୁ ସ୍ଥାନାନ୍ତର କରିବା ପାଇଁ ୩ଟି ଆଶ୍ରୟସ୍ଥଳ ଓ ୭୯ବିଦ୍ୟାଳୟକୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ରୂପେ ଘୋଷଣା କରାଯାଇଛି। ମଙ୍ଗଳବାର ମଧ୍ୟାହ୍ନ ସୁଧା ବ୍ଲକ ପ୍ରଶାସନ ପକ୍ଷରୁ ୧୫ଟି ପଞ୍ଚାୟତର ୭୩୪ଜଣଙ୍କୁ ବିଭିନ୍ନ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ସେଥିମଧ୍ୟରୁ ୧୪୮ଜଣ ଶିଶୁ ରହିଛନ୍ତି। ଆଶ୍ରୟସ୍ଥଳରେ ସମସ୍ତ ଲୋକଙ୍କୁ ସୁଖିଲା ଖାଦ୍ୟ ପ୍ରଦାନ କରାଯାଇଛି।

 

ଏପର୍ଯ୍ୟନ୍ତ ୨୬ଟି ପଞ୍ଚାୟତର କୌଣସି ଲୋକଙ୍କୁ ସ୍ଥାନାନ୍ତର କରାଯାଇ ନାହିଁ କିମ୍ବା ଶୁଖିଲା ଖାଦ୍ୟ ଦିଆଯାଇନାହିଁ। ଗୃହପାଳିତ ପଶୁମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ସ୍ବତନ୍ତ୍ର ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀରେ ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ବ୍ଲକରେ ସ୍ବତନ୍ତ୍ର କଂଟ୍ରୋଲ ରୁମ ଖୋଲାଯାଇଥିବା ବେଳେ ପ୍ରତି ପଞ୍ଚାୟତରେ ଉଦ୍ଧାର କାର୍ଯ୍ୟ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଛନ୍ତି। ପ୍ରଶାସନ ଲୋକପ୍ରତିନିଧି ଓ ସ୍ବେଚ୍ଛାସେବୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ବିଡିଓ ,ତହସିଲଦାର,ମେଡିକାଲ ଅଫିସର,ଭେଟେନାରୀ ଅଫିସର ଓ ଆସିଡିଏସର କର୍ମଚାରୀମାନେ ନିଜ ନିଜ ବିଭାଗର ସମୀକ୍ଷା କରି କଂଟ୍ରୋଲ ରୁମକୁ ସୂଚନା ଦେଉଛନ୍ତି। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ନିଶ୍ଚିନ୍ତକୋଇଲି ଓ ମାହାଙ୍ଗା ବ୍ଲକ ଗସ୍ତରେ ଆସି ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି। ନଗଶପୁର ଓ ଦାଉଦପୁର ପଞ୍ଚାୟତ ବିଭିନ୍ନ ଆଶ୍ରୟସ୍ଥଳୀ ବୁଲି ପରିଦର୍ଶନ କରିଛନ୍ତି। ଅପରପକ୍ଷରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ନିର୍ଦ୍ଦେଶକ୍ରମେ ୮୨ଟି ବାତ୍ୟା ଆଶ୍ରୟସ୍ଥଳୀରେ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ଅଶୋକ ଓଝା ଗିରିଶ ରଞ୍ଜନ ମହାପାତ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri