ମରାମତି ହେବ ୭୩୬ ଡ୍ୟାମ୍‌

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ପୁରୁଣା ଜଳଭଣ୍ଡାରଗୁଡିକର ମରାମତି ହେବ। କେନ୍ଦ୍ର ସରକାର ୧୯ଟି ରାଜ୍ୟର ୭୩୬ ଡ୍ୟାମ୍‌ର ଉନ୍ନତୀକରଣ ଓ ମରାମତି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଓଡ଼ିଶାର ୩୬ଟି ଡ୍ୟାମ୍‌ ରହିଛି। ଆସନ୍ତା ୧୦ ବର୍ଷ ଭିତରେ ଏହି କାର୍ଯ୍ୟ ଶେଷ ହେବ। କେନ୍ଦ୍ର କ୍ୟାବିନେଟରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥିପାଇଁ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ୧୦,୨୧୧ କୋଟି ଟଙ୍କା ଖର୍ଚ୍ଚ କରିବ। ଡ୍ୟାମ୍‌ ପୁନରୁଦ୍ଧାର ଓ ବିକାଶ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ କ୍ୟାବିନେଟ ବୈଠକ ପରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ୨୦୧୨ରେ ଆରମ୍ଭ ହୋଇଥିଲା। ୭ଟି ରାଜ୍ୟର ୨୨୩ ଡ୍ୟାମ୍‌କୁ ଏହି ପର୍ଯ୍ୟାୟରେ ଅନ୍ତର୍ଭୁକ୍ତ କରାଯାଇଥିଲା। ୨୦୨୦ରେ ଏହାର ସମୟ ସୀମା ଶେଷ ହେଉଛି। ଡ୍ୟାମ୍‌ ରକ୍ଷଣାବେକ୍ଷଣ ପାଇଁ ବିଶ୍ୱ ବ୍ୟାଙ୍କ ୮୦ ପ୍ରତିଶତ ଅନୁଦାନ ପ୍ରଦାନ କରିବ। ଡ୍ୟାମ୍‌ଗୁଡିକ ରାଜ୍ୟମାଲିକାନାରେ ରହିଛି। କେଉଁ ଡ୍ୟାମ୍‌ର ରକ୍ଷଣାବେକ୍ଷଣ ଆବଶ୍ୟକ ସେ ନେଇ ରାଜ୍ୟ ସରକାରମାନେ ପ୍ରସ୍ତାବ ଦେବେ। ଏହି ପର୍ଯ୍ୟାୟରେ ଡ୍ୟାମଗୁଡିକର ଉନ୍ନତୀକରଣ ସହ ଏହାର ଜଳଧାରଣ କ୍ଷମତାକୁ ମଧ୍ୟ ବୃଦ୍ଧି କରାଯିବ। ଏ ନେଇ ଅଧିକାରୀମାନଙ୍କର ତାଲିମ ପ୍ରଦାନ କାର୍ଯ୍ୟ ଜାରିରହିଛି। ଏହାଛଡ଼ା ଡ୍ୟାମ୍‌ଗୁଡିକରେ ଜଳ ପର୍ଯ୍ୟଟନର ବିକାଶ ପାଇଁ ପ୍ରକଳ୍ପର ୪ ପ୍ରତିଶତ ଅର୍ଥ ଖର୍ଚ୍ଚ କରିବାକୁ ପ୍ରଧାନମନ୍ତ୍ରୀ ଅନୁମୋଦନ କରିଛନ୍ତି।
ଡ୍ୟାମ୍‌ ନିର୍ମାଣରେ ଚାଇନା ଓ ଆମେରିକା ପରେ ଭାରତ ହେଉଛି ବିଶ୍ୱର ତୃତୀୟ ବୃହତ୍‌ ଦେଶ। ଦେଶରେ ୫,୩୩୪ ଡ୍ୟାମ୍‌ ରହିଛି। ୪୧୧ ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ଚାଲିଛି। ଦେଶରେ ଥିବା ୮୦ ପ୍ରତିଶତ ଡ୍ୟାମ୍‌ ୨୫ ବର୍ଷରୁ ଊର୍ଦ୍ଧ୍ୱ। କେତେକ ଡ୍ୟାମ୍‌ ୧୦୦ ବର୍ଷରୁ ଊର୍ଦ୍ଧ୍ୱ ରହିଛି। ଓଡ଼ିଶାର ହୀରାକୁଦ, ଅପରକୋଲାବ, ମାଛକୁଣ୍ଡ ଭଳି କେତେକ ପୁରୁଣା ଡ୍ୟାମ୍‌ର ମରାମତି ଓ ଏହାର ଜଳ ଧାରଣ କ୍ଷମତା ବୃଦ୍ଧି କରିବାକୁ ରାଜ୍ୟସରକାର ଯୋଜନା କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ଡ୍ୟାମ୍‌ ମରାମତି ଯୋଜନାରେ ରାଜ୍ୟ ସରକାର ପ୍ରସ୍ତାବ ଦେବେ ବୋଲି ଜଳ ସମ୍ପଦ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?