ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ: କୋମନା, ମହାମାୟା ବିଜୟୀ

ନୂଆପଡା ଅଫିସ,୩୦ା୮-ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ଦ୍ୱିତୀୟ ଦିନରେ ୨ଟି ମ୍ୟାଚ ଅନୁଷ୍ଠିତ ହୋଇଛି। କୋମନା ଦଳ ଦବଙ୍ଗ ଦଳକୁ ୨-୦ ଗୋଲରେ ହରାଇଥିବାବେଳେ ମହାମାୟା ଦଳ ଉଦନ୍ତୀ ସିନାପାଲି ଦଳକୁ ୩-୦ ଗୋଲରେ ହରାଇ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି । ପ୍ରଥମ ମ୍ୟାଚର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସାମାଜିକ କର୍ମୀ ସୁରେଶ କୁମାର ଅଗ୍ରୱାଲ ମୁଖ୍ୟ ଅତିଥି, ଆଇନଜୀବୀ ଅଶୋକ କୁମାର ଦେୱାଙ୍ଗନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ପ୍ରଥମ ମ୍ୟାଚ ଦବଙ୍ଗ ଖଡିଆଳ ଦଳ ଏବଂ କୋମନା ଦଳ ମଧ୍ୟରେ ହୋଇଥିଲା। ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ କୋମନା ଦଳ ଲଗାତର ୨ ଗୋଲ ଦେଇଥିବାବେଳେ ଦବଙ୍ଗ ଦଳ କୌଣସି ଗୋଲ ସ୍କୋର କରିପାରି ନ ଥିଲା। ସେହିଭଳି ଦ୍ୱିତୀୟ ମ୍ୟାଚର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମହାମାୟାର ସମ୍ପାଦକ ଟଙ୍କଧର ସାହୁ ମୁଖ୍ୟଅତିଥି, ମହେଶ କୁମାର ନିଆଲ, ସୁଧୀର କୁମାର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଏହି ମ୍ୟାଚରେ ମହାମାୟା ଦଳ ଉଦନ୍ତୀ ସିନାପାଲି ଦଳକୁ ୩-୦ ଗୋଲ ଦେଇ ବିଜୟୀ ହୋଇଛି । ଏହି ଦୁଇ ଦଳ ଶୁକ୍ରବାର ହେବାକୁ ଥିବା ସେମିଫାନକୁ ଉନ୍ନୀତ ହୋଇଛନ୍ତି । ପ୍ରଥମ ସେମଫାଇନାଲ ଖଡିଆଳ ଏବଂ ପ୍ଲେ ବଏ ନୂଆପଡା ଓ ଦ୍ୱିତୀୟ ସେମିଫାଇନାଲ ଖେଳ କୋମନା ଏବଂ ମହାମାୟା ମଧ୍ୟରେ ହେବାର ଚୂଡାନ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri