ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ: କୋମନା, ମହାମାୟା ବିଜୟୀ

ନୂଆପଡା ଅଫିସ,୩୦ା୮-ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ଦ୍ୱିତୀୟ ଦିନରେ ୨ଟି ମ୍ୟାଚ ଅନୁଷ୍ଠିତ ହୋଇଛି। କୋମନା ଦଳ ଦବଙ୍ଗ ଦଳକୁ ୨-୦ ଗୋଲରେ ହରାଇଥିବାବେଳେ ମହାମାୟା ଦଳ ଉଦନ୍ତୀ ସିନାପାଲି ଦଳକୁ ୩-୦ ଗୋଲରେ ହରାଇ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି । ପ୍ରଥମ ମ୍ୟାଚର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସାମାଜିକ କର୍ମୀ ସୁରେଶ କୁମାର ଅଗ୍ରୱାଲ ମୁଖ୍ୟ ଅତିଥି, ଆଇନଜୀବୀ ଅଶୋକ କୁମାର ଦେୱାଙ୍ଗନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ପ୍ରଥମ ମ୍ୟାଚ ଦବଙ୍ଗ ଖଡିଆଳ ଦଳ ଏବଂ କୋମନା ଦଳ ମଧ୍ୟରେ ହୋଇଥିଲା। ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ କୋମନା ଦଳ ଲଗାତର ୨ ଗୋଲ ଦେଇଥିବାବେଳେ ଦବଙ୍ଗ ଦଳ କୌଣସି ଗୋଲ ସ୍କୋର କରିପାରି ନ ଥିଲା। ସେହିଭଳି ଦ୍ୱିତୀୟ ମ୍ୟାଚର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମହାମାୟାର ସମ୍ପାଦକ ଟଙ୍କଧର ସାହୁ ମୁଖ୍ୟଅତିଥି, ମହେଶ କୁମାର ନିଆଲ, ସୁଧୀର କୁମାର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଏହି ମ୍ୟାଚରେ ମହାମାୟା ଦଳ ଉଦନ୍ତୀ ସିନାପାଲି ଦଳକୁ ୩-୦ ଗୋଲ ଦେଇ ବିଜୟୀ ହୋଇଛି । ଏହି ଦୁଇ ଦଳ ଶୁକ୍ରବାର ହେବାକୁ ଥିବା ସେମିଫାନକୁ ଉନ୍ନୀତ ହୋଇଛନ୍ତି । ପ୍ରଥମ ସେମଫାଇନାଲ ଖଡିଆଳ ଏବଂ ପ୍ଲେ ବଏ ନୂଆପଡା ଓ ଦ୍ୱିତୀୟ ସେମିଫାଇନାଲ ଖେଳ କୋମନା ଏବଂ ମହାମାୟା ମଧ୍ୟରେ ହେବାର ଚୂଡାନ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri