Posted inଜାତୀୟ

ସଙ୍କଟ ସମୟରେ ଅର୍ଥନୀତିକୁ ମଜଭୁତ୍‌ କରିବାକୁ ସମସ୍ତଙ୍କୁ ଏକାଠି ହେବାକୁ ପଡିବ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ୭୩ତମ ସାଧାରଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟା ଅର୍ଥାତ୍‌ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ, ଦେଶ ତଥା ବିଦେଶରେ ରହୁଥିବା ଭାରତର ସମସ୍ତ ଲୋକଙ୍କୁ ମୋର ଶୁଭେଚ୍ଛା! ଏହା ଆମ ସମସ୍ତଙ୍କୁ ଏକତା ସୁତ୍ରରେ ବାନ୍ଧି ରଖିବାର ଏକ ଉତ୍ସବ। ୧୯୫୦ ମସିହାରେ ଏହି ଦିନ ଆମ ସମସ୍ତଙ୍କର ଏହି ଗୌରବଶାଳୀ ପରିଚୟ ଆମକୁ ପ୍ରାପ୍ତ ହୋଇଥିଲା।
ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି କହିଛନ୍ତି, ମାନବ ସମାଜ ଆଜି ଯେପରି ପରସ୍ପରର ସାହାଯ୍ୟ ଆବଶ୍ୟକ କରୁଛି, ତାହା ପୂର୍ବରୁ କେବେ ଘଟି ନ ଥିଲା। ଦୁଇ ବର୍ଷରୁ ଅଧିକ ସମୟ ବିତିଯାଇଛି କିନ୍ତୁ କରୋନା ଭାଇରସ ବିରୋଧରେ ମାନବିକତାର ସଂଗ୍ରାମ ଏବେ ବି ଜାରି ରହିଛି। ହଜାର ହଜାର ଲୋକ ଏହି ମହାମାରୀରେ ପ୍ରାଣ ହରାଇଛନ୍ତି। ସମଗ୍ର ବିଶ୍ୱ ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇଛି। ବିଶ୍ୱ ସମୁଦାୟ ଅଦ୍ୟାବଧି ବିପଦର ସମ୍ମୁଖୀନ ହୋଇଛି।ମୁଁ ଗର୍ବିତ ଅନୁଭବ କରୁଛି ଯେ ଆମେ କରୋନା ବିରୋଧରେ ଅସାଧାରଣ ନିଷ୍ଠା ଏବଂ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିଛୁ। ମହାମାରୀର ପ୍ରଭାବ ଏବେ ବି ବ୍ୟାପକ, ଆମକୁ ସଜାଗ ରହିବାକୁ ପଡିବ। ସଙ୍କଟର ଏହି ସମୟରେ, ଆମେ ଦେଖିଛୁ ଯେ ଆମ ଦେଶବାସୀ କିପରି ଗୋଟିଏ ପରିବାର ପରି ଯୋଡି ହୋଇ ଅଛନ୍ତି। ଏହି କାରଣରୁ ଆମର ଅର୍ଥନୀତି ପୁନର୍ଜୀବିତ ହୋଇଛି। ପ୍ରତିକୂଳ ପରିସ୍ଥିତିରେ ଭାରତର ସ୍ଥିରତା ଅର୍ଥନୀତିର ଏକ ପ୍ରମାଣ। ସାଧାରଣତନ୍ତ୍ର ଦିବସର ଏହି ଦିନ ମଧ୍ୟ ସେହି ମହାନ ବୀରମାନଙ୍କୁ ସ୍ମରଣ କରିବାର ଏକ ସୁଯୋଗ ବୋଲି ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri