ଗଞ୍ଜାମରୁ ପୁରୀ ଗଲେ ୭୪ ଶ୍ରଦ୍ଧାଳୁ, ଦୁଇଟି ବସ୍‌ରେ ଯାଇ…

ଛତ୍ରପୁର,୧୩ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରଠାରେ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିପାରିବେ। ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଦୁଇଟି ବସ୍‌ରେ ୭୪ ଜଣ ଶ୍ରଦ୍ଧାଳୁ ପୁରୀ ଯାଇଛନ୍ତି। ଏହି ଯୋଜନାରେ ୬୦ରୁ ୭୫ ବର୍ଷ ବୟସ୍କ ବ୍ୟକ୍ତି ଓ ବିଧବା ମହିଳା ଏହି ଯୋଜନାରେ ସାମିଲ କରାଯାଇଛି। ଗଞ୍ଜାମ ଜିଲାରୁ ୨ଟି ବସ୍‌ରେ ୭୪ ଜଣ ଶ୍ରଦ୍ଧାଳୁ ଆଜି ପୁରୀ ଯାଇଛନ୍ତି l ଏହି ରଥକୁ ଓଡ଼ିଶା ସରକାରଙ୍କ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ, ଅତିରିକ୍ତ ଜିଲାପାଳ ଡ. ପ୍ରମୋଦ କୁମାର ପୃଷ୍ଟି, ନୋଡାଲ ଅଫିସର ତଥା ଓଏସ୍‌ଆର୍‌ଟିସି ଜିଏମ୍‌ ସଞ୍ଜୟ ବିଶ୍ୱାଳ ପ୍ରମୁଖ ଶୁଭାରମ୍ଭ କରିଛନ୍ତି। ଶ୍ରଦ୍ଧାଳୁମାନେ ପୁରୀରେ ପହଞ୍ଚିବା ପରେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ରହଣି ବ୍ୟବସ୍ଥା ଓ ମହାପ୍ରସାଦ ବ୍ୟବସ୍ଥା ରହିବ। ଜିଲା ପ୍ରଶାସନ ପକ୍ଷରୁ ଏକ ଟିମ୍‌ ମଧ୍ୟ ସେମାନଙ୍କ ସହ ଯିବେ। ଶ୍ରଦ୍ଧାଳୁ ଯେପରି ଶ୍ରଦ୍ଧା ଓ ଶୃଙ୍ଖଳାର ସହ ଦର୍ଶନ କରି ଫେରିବେ ସେହିପରି ବ୍ୟବସ୍ଥା କରାଯାଇଛି। ଏଠାରୁ ଯିବା ପୂର୍ବରୁ ଶ୍ରଦ୍ଧାଳୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଉଛି। ଶ୍ରଦ୍ଧାଳୁମାନେ ପୁରୀରେ ପହଞ୍ଚିବା ପରେ ପୁରୀ ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ସୁବ୍ୟବସ୍ଥା କରାଯିବ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri