ଆଜି ରାଜ୍ୟରେ ୭୪୯ ପଜିଟିଭ୍‌ ଚିହ୍ନଟ: ବୌଦ୍ଧରେ ଶୂନ, ବାକି ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର  ରାଜ୍ୟର ୨୯ ଜିଲାରୁ ୭୪୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୯,୪୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ବୌଦ୍ଧ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଥିବା ବେଳେ ବାକି ୨୯ଟି ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ ରହିଥିବା ଜଣାପଡ଼ିଛି। ଖୋର୍ଦ୍ଧାରୁ ୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୮ ଏବଂ ସୁନ୍ଦରଗଡ଼ରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳ ୪୫, ବାଲେଶ୍ୱର ୩୮, ବରଗଡ଼ ୨୪, ଭଦ୍ରକ ୧୫, ବଲାଙ୍ଗୀର ୨୪, କଟକ ୩୭, ଦେବଗଡ଼ ୨, ଢେଙ୍କାନାଳ ୩୧, ଗଜପତି ୫, ଗଞ୍ଜାମ ୭, ଜଗତସିଂହପୁର ୪୮, ଯାଜପୁର ୧୮, ଝାରସୁଗୁଡ଼ା ୨୪, କଳାହାଣ୍ଡି ୧୪, କନ୍ଧମାଳ ୭, କେନ୍ଦ୍ରାପଡ଼ା ୩୦, କେନ୍ଦୁଝର ୪୧, କୋରାପୁଟ ୩, ମାଲକାନଗିରି ୧୦, ନବରଙ୍ଗପୁର ୧୭, ନୟାଗଡ଼ ୬, ନୂଆପଡ଼ା ୧୪, ପୁରୀ ୧୫, ସୋନପୁର ୨ ଏବଂ ସମ୍ବଲପୁରରୁ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୯,୪୦୮ରେ ପହଞ୍ଚିଥିବା ବେଳେ ୨,୯୭,୮୬୨ଜଣ ସୁସ୍ଥ ହୋଇଛନ୍ତି। ୯୯୫୦ ଜଣ ଚିକିତ୍ସିତ ହେଉଛନ୍ତି। ୧୫୪୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ

ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା…

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

ପ୍ରତିବାଦରେ ଉପହାସ

ବିଶ୍ୱବିଖ୍ୟାତ ଔପନ୍ୟାସିକ ଚେକୋସ୍ଲୋଭାକିଆର ମିଲାନ କୁଣ୍ଡେରା ଅନେକ ବର୍ଷ ପୂର୍ବେ କହିଥିଲେ- ଯେତେବେଳେ କ୍ଷମତାରେ ଥିବା ଶକ୍ତିଶାଳୀ ଲୋକଙ୍କୁ ଦେଖି ସାଧାରଣ ନାଗରିକ ଉପହାସ କରିଥାନ୍ତି, ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri