ନୂଆପଡ଼ାରେ ଟ୍ରମା କେୟାର ସେଣ୍ଟର ପାଇଁ ୭୫.୭୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୧୭ା୬(ଅସମାପିକା ସାହୁ): ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଧୁନିକ ଟ୍ରମା କେୟାର ସେଣ୍ଟର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପର ଖର୍ଚ୍ଚ ଆକଳନକୁ ପ୍ରଶାସନିକ ଅନୁମୋଦନ ଦେଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

କେନ୍ଦ୍ରୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ନିୟମାବଳୀ ଅନୁଯାୟୀ, ଏଥିରେ ଅତ୍ୟାଧୁନିକ ଚିକିତ୍ସା ଉପକରଣ, ଆଇ. ସି. ୟୁ. ପର୍ଯ୍ୟବେକ୍ଷଣ କକ୍ଷ, ଲ୍ୟାବ୍‌ ଓ ଇମେଜିଂ ଆଦିର ବ୍ୟବସ୍ଥା ରହିବ ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ ୧୦୬ଟି ଟ୍ରମା କେୟାର ସେଣ୍ଟର୍‌ ବ୍ୟବସ୍ଥା କରାଯାଇଛି। ଏସବୁରେ ୧୫୬୦ଟି ଶଯ୍ୟା ରହିଛି। ଏତଦ୍‌ବ୍ୟତୀତ ୧୮ଟି ଘରୋଇ ସ୍ପେଶାଲିଷ୍ଟ ହସ୍ପିଟାଲର ଟ୍ରମା କେନ୍ଦ୍ରକୁ ମଧ୍ୟ ଟ୍ରମା କେୟାର ଚିକିତ୍ସା ନିମନ୍ତେ ତାଲିକା ଅନ୍ତର୍ଭୁକ୍ତ କରାଯାଇଛି।

ସୂଚନାଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ଘରୋଇ ହସ୍ପିଟାଲ ଟ୍ରମା ସେଣ୍ଟରଗୁଡ଼ିକରେ ଦେୟମୁକ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଟ୍ରମା କେୟାର୍‌ ଦେୟମୁକ୍ତ ଚିକିତ୍ସା ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri