କିଙ୍ଗ୍‌ ଚାଲର୍‌ସ ୩ୟଙ୍କୁ ୭୫

ଲଣ୍ଡନ୍‌,୧୬ା୧୧: ବ୍ରିଟେନ୍‌ର କିଙ୍ଗ୍‌ ଚାଲର୍‌ସ ୩ୟ ମଙ୍ଗଳବାର ରାତିରେ ଲଣ୍ଡନର ବକିଂହାମ୍‌ ପ୍ୟାଲେସ୍‌ରେ ଭାରତୀୟ ନର୍ସ, ଧାଈ ଓ ଅନ୍ତର୍ଜାତୀୟ ସେବିକାମାନଙ୍କ ଗହଣରେ ନିଜ ୭୫ତମ ଜନ୍ମଦିନ ପାଳନ କରିଛନ୍ତି। ବ୍ରିଟେନ୍‌ ସରକାରଙ୍କ ଅଧୀନ ଜାତୀୟ ସ୍ବାସ୍ଥ୍ୟ ସେବା (ଏନ୍‌ଏଚ୍‌ଏସ୍‌)ରେ ନିୟୋଜିତ ପ୍ରାୟ ୧,୫୦,୦୦୦ ନର୍ସଙ୍କ ମଧ୍ୟରୁ ସର୍ବାଧିକ ହେଉଛନ୍ତି ଭାରତୀୟ। ଏନ୍‌ଏଚ୍‌ଏସ୍‌ ମଧ୍ୟ ଏହାର ୭୫ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଭାରତ, ଫିଲିପାଇନ୍ସ, ଶ୍ରୀଲଙ୍କା, ନେପାଳ ଓ କେନିଆର ପ୍ରାୟ ୪୦୦ ନର୍ସ ବ୍ରିଟେନ୍‌ର ସ୍ବାସ୍ଥ୍ୟ ତଥା ସାମାଜିକ ସେବା କ୍ଷେତ୍ର ପ୍ରତି ସେମାନଙ୍କ ଅବଦାନ ଉପଲକ୍ଷେ ଆୟୋଜିତ ସ୍ବତନ୍ତ୍ର ଅଭ୍ୟର୍ଥନା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସ୍କଟଲାଣ୍ଡରେ କାର୍ଯ୍ୟରତ ଭାରତୀୟ ଷ୍ଟାଫ୍‌ ନର୍ସ ଶ୍ରୀଜିଥ୍‌ ମୁରଲୀଧରନ୍‌ କହିଛନ୍ତି, ରାଜାଙ୍କୁ ଜୀବନକାଳ ମଧ୍ୟରେ ଥରୁଟିଏ ଭେଟିବାର ସୁଯୋଗ ମିଳିବା ବି ଅତ୍ୟନ୍ତ ଖୁସିର କଥା।

ସେ ଜଣେ ହୃଦୟବାନ୍‌ ବ୍ୟକ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ଙ୍କ କ୍ୟାବିନେଟ୍‌ରେ ନୂଆକରି ଦାୟିତ୍ୱ ନେଇଥିବ ସ୍ବାସ୍ଥ୍ୟ ସଚିବ ଭିକ୍ଟୋରିଆ ଅଟ୍‌କିନ୍ସ ଏନ୍‌ଏଚ୍‌ଏସ୍‌ର ଅବଦାନକୁ ପ୍ରଶଂସା କରିଛନ୍ତି। ଭାରତ-ବ୍ରିଟେନ୍‌ ସମ୍ପର୍କ ଆଗକୁ ଆହୁରି ନିବିଡ଼ ହେବ। ପ୍ରଧାନମନ୍ତ୍ରୀଙ୍କ ଅନୁମତି ମିଳିଲେ ସେ ଭାରତ ଗସ୍ତ କରିବେ ବୋଲି ଭିକ୍ଟୋରିଆ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri