ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ ସମ୍ବଲପୁର ଜିଲା ପିଟାନାଳି ଗ୍ରାମର ରାଜେଶ ସାହୁ (୨୪), ବିହାର ରାଜ୍ୟ ବୈଶାଲୀ ଜିଲା ସଦାଇ ଥାନା ଅଞ୍ଚଳର ଏମ୍‌ଡି ଫିର୍ଦ୍ଦୋଶ ଆଲାମ(୩୩) ଓ ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଅଧୀନ ଗଣେଶ ନଗରର ଏମ୍‌ଡି ଦୀପାଂଶୁ (୨୮)। ଏଥିସହ ଉକ୍ତ ପିକ୍‌ଅପ୍‌ ଭ୍ୟାନ୍‌ରେ ଥିବା ୭୫ଟି ଛେଳି ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଏକ ପିକ୍‌ଅପ୍‌ ଭ୍ୟାନ୍‌(ନଂ.ଓଡି୦୨ସିକେ-୬୯୫୬) ବଳମ ପଟୁ ରିଆମାଳ ଅଭିମୁଖେ ଯାଉଥିବାବେଳେ ପାଟ୍ରୋଲିଂ କରୁଥିବା ପୋଲିସ ମୋହିନୀପୁର ଗ୍ରାମ ନିକଟରେ ଅଟକାଇଥିଲା। ତୁରନ୍ତ ଗାଡ଼ି ଯାଞ୍ଚ ସମୟରେ ମୋଟ ୭୫ଟି ଛେଳି ସେଥିରେ ରହିଥିବା ଜଣାପଡିଥିଲା। ଗାଡ଼ିରେ ଥିବା ଅଭିଯୁକ୍ତମାନଙ୍କୁ ପଚରାଉଚରା କରିବାରୁ ସେମାନେ ଉପରୋକ୍ତ ୭୫ଟି ଛେଳି ମଧ୍ୟରୁ ୪୭ଟି ଛେଳି ବାବଦୀୟ କୌଣସି ବୈଧ କାଗଜପତ୍ର ଦେଖାଇପାରି ନଥିଲେ। ଅନ୍ୟପକ୍ଷରେ ଗୋଟିଏ ଗାଡ଼ିରେ ଦୟନୀୟ ଭାବେ ଏତେ ସଂଖ୍ୟକ ଛେଳି ଚାଲାଣ କରାଯାଉଥିବାରୁ ପୋଲିସ ଉକ୍ତ ଗାଡ଼ି ସହ ଛେଳିକୁ ଜବତ କରି ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?