ପିଏମ୍‌ କିଷାନ ନିଧି ଯୋଜନାରେ ୭୫ଲକ୍ଷ ଚାଷୀଙ୍କୁ ସାମିଲ କରାଯାଉ: କଂଗ୍ରେସ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):ନିକଟରେ ରାଜ୍ୟ ସରକାର ପିଏମ୍‌ କିଷାନ ନିଧି ଯୋଜନାରେ ଅଧିକ ୬ଲକ୍ଷ ଚାଷୀଙ୍କୁ ସାମିଲ କରିବା ପାଇଁ ବ୍ୟବସ୍ଥା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁନ୍‌ ୧୮ରେ ବରଗଡ଼ରେ ପିଏମ୍‌ କିଷାନର ୧୭ତମ କିସ୍ତି ବଣ୍ଟନ ଉତ୍ସବରେ ଯୋଗଦେଇ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ ବୋଲି କହିଥିଲେ। ଯଦି ଏହି ୩୭ ଲକ୍ଷ ୬୨ ହଜାର ଚାଷୀ ପିଏମ୍‌ କିଷାନ ନିଧି ତାଲିକାରେ ଅନ୍ତର୍ଭୁକ୍ତ ହେଉଛନ୍ତି, ତେବେ ରାଜ୍ୟରେ ବଳକା ୩୭ ଲକ୍ଷ ୩୮ ହଜାର ଚାଷୀଙ୍କୁ କାହିଁକି ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଉନାହିଁ ବୋଲି ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ଚାଷୀଙ୍କୁ ୩ଟି କିସ୍ତିରେ ବାର୍ଷିକ ୬ ହଜାର ଟଙ୍କା ସହାୟତା ଦେଉଛନ୍ତି। କିନ୍ତୁ ବର୍ତ୍ତମାନ ଯେପରି କୃଷି ଉପତ୍ାଦ ପାଇଁ ଆବଶ୍ୟକ ଦରଦାମ ବୃଦ୍ଧି ଏଥିରେ ଚାଷୀର ଆୟ ଦ୍ୱିଗୁଣିତ ହୋଇପାରୁନାହିଁ। ତେଣୁ କେନ୍ଦ୍ର ଓଡ଼ିଶାର ସମସ୍ତ ୭୫ ଲକ୍ଷ ଚାଷୀଙ୍କୁ ପିଏମ୍‌ କିଷାନ ତାଲିକାରେ ଅନ୍ତର୍ଭୁକ୍ତ କରିବା ସହ ବର୍ଷକୁ ୩ଟି କିସ୍ତିରେ ଅନ୍ତତଃ ୫ ହଜାର ଟଙ୍କା ଲେଖାଏ ମୋଟ ୧୫ ହଜାର ଟଙ୍କା ଦେବାକୁ ସରକାରଙ୍କୁ କଂଗ୍ରେସ ପକ୍ଷରୁ ଦାବି କରାଯାଉଥିବା ଅମିୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri