Posted inଜାତୀୟ

ଜେଲ୍‌ରେ ୭୫ ପ୍ରତିଶତ ବିଚାରାଧୀନ କଏଦୀ,ଫଇସଲାକୁ ଅପେକ୍ଷା…

ନୂଆଦିଲ୍ଲୀ,୧୪ା୨: ଦେଶର ବିଭିନ୍ନ ଜେଲ୍‌ରେ ୭୫ ପ୍ରତିଶତ କଏଦୀ ରହିଛନ୍ତି। ସେମାନେ ଦୀର୍ଘଦିନ ଧରି କୋର୍ଟର ଫଇସଲାକୁ ଅପକ୍ଷୋ କରିଛନ୍ତି। ୨୦୨୦ରେ ଦେଶର ଜେଲଗୁଡିକରେ କଏଦୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ଘଟିଛି। ଜେଲରେ ଥିବା ପ୍ରାୟ ୫ ଲକ୍ଷ କଏଦୀଙ୍କ ମଧ୍ୟରୁ ୭୫ ପ୍ରତିଶତ ଅର୍ଥାତ୍‌ ୩ ଲକ୍ଷ ୭୫ ହଜାର କଏଦୀଙ୍କ ବିଚାର ଜାରି ରହିଛି।

ନ୍ୟାଶନାଲ କ୍ରାଇମ ରେକର୍ଡସ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟରୁ ଜଣାପଡିଛି ଯେ ୨୦୧୫ ଠାରୁ ଦେଶର ଜେଲରେ ଥିବା ବିଚାରାଧୀନ (ଅଣ୍ଡରଟ୍ରାଏଲ) କଏଦୀଙ୍କ ସଂଖ୍ୟାରେ ୩୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। ସେହିପରି କଏଦୀମାନଙ୍କ ଉପରେ ଦୋଷୀ ସାବ୍ୟସ୍ତ ହେବା ସଂଖ୍ୟାରେ ୧୫ ପ୍ରତିଶତ ହ୍ରାସ ଘଟିଛି। ତେବେ ଜାମିନ ନାମଞ୍ଜୁର ହେବାରୁ ୨୦୧୯ ତୁଳନାରେ ୨୦୨୦ରେ ବିଚାରାଧୀନ କଏଦୀଙ୍କ ସଂଖ୍ୟା ୨.୬ ଲକ୍ଷ କମିଛି।

ଦିଲ୍ଲୀରେ ବିଚାରାଧୀନ କଏଦୀଙ୍କ ସଂଖ୍ୟାରେ ସର୍ବାଧିକ ବୃଦ୍ଧି ଘଟିଛି। ଏଠାରେ ଏହା ୨୦୧୯ ରେ ୮୨ ପ୍ରତିଶତରୁ ବୃଦ୍ଧି ପାଇଁ ୨୦୨୦ରେ ୯୧ ପ୍ରତିଶତ ଛୁଇଁଛି। ପଞ୍ଜାବରେଏହା ୬୬ ପ୍ରତିଶତରୁ ୮୫ ପ୍ରତିଶତ କୁ ବୃଦ୍ଧି ପାଇଛି । ଏହା ପରେ ହରିୟାଣାର ସ୍ଥାନ ରହିଛି। ହରିୟାଣାରେ ଏହା ୬୪ରୁ ୮୨ ପ୍ରତିଶତକୁ ବୃଦ୍ଧି ପାଇଛି। ମଧ୍ୟପ୍ରଦେଶରେ ବିଚାରାଧୀନ କଏଦୀ ସଂଖ୍ୟା ୫୪ ରୁ ପ୍ରାୟ ୭୦ ପ୍ରତିଶତ କୁ ବୃଦ୍ଧି ପାଇଛି। ଛତିଶଗଡରେ ଏହା ୧୦ ପ୍ରତିଶତରୁ ଅଧିକ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri