Posted inଜାତୀୟ

୭୫ ଗାଁ ସ୍ବାଧୀନତା ସଂଗ୍ରାମୀଙ୍କ ନାମରେ ହେବ ନାମିତ: ତ୍ରିପୁରା ସରକାରଙ୍କ ନିଷ୍ପତ୍ତି…

ଅଗରତାଲା,୨୫।୬ : ତ୍ରିପୁରା ସରକାର ରାଜ୍ୟର ୭୫ ସୀମାନ୍ତ ଗାଁର ନାମକରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦେଶର ସ୍ବାଧୀନତା ଆନ୍ଦୋଳନ ସମୟରେ ପ୍ରାଣବଳୀ ହରାଇଥିବା ସ୍ବାଧୀନତା ସଂଗ୍ରାମୀଙ୍କ ନାମରେ ଏହି ଗ୍ରାମଗୁଡିକର ନାମକରଣ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ସ୍ବାଧୀନତାର ଅମୃତ ମହୋତ୍ସବର ଏକ ଅଂଶ ଭାବରେ ନାମକରଣ ପ୍ରକଳ୍ପ ଆରମ୍ଭ ହେବ। ଦେଶ ଏହି ବର୍ଷ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି। ଦେଶର ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନକୁ ମନେ ରଖିବା ପାଇଁ କାର୍ଯ୍ୟକ୍ରମ ଜୁଲାଇରୁ ଆରମ୍ଭ ହେବ ଏବଂ ଅଗଷ୍ଟ ୧୫ ପର୍ଯ୍ୟନ୍ତ ଚାଲିବ।

ସୂଚନା ଓ ସାଂସ୍କୃତିକ ବ୍ୟାପାର ସଚିବ ପି.କେ ଚକ୍ରବର୍ତ୍ତୀ କହିଛନ୍ତି ଆଠଟି ଜିଲାର ୯୫ ଟି ଗାଁର ନାମ ପରିବର୍ତ୍ତନ କରାଯିବ। ଏହି ଗ୍ରାମଗୁଡିକ ଜିଲା ସ୍ତରୀୟ କମିଟି ଦ୍ୱାରା ଚିହ୍ନଟ ହେବ। ପ୍ରଶାସନ ରାଜ୍ୟର ସ୍ବାଧୀନତା ସଂଗ୍ରାମୀଙ୍କ ତାଲିକା ଏବଂ ଦେଶର ସ୍ବାଧୀନତା ସଂଗ୍ରାମରେ ସେମାନଙ୍କର ଅବଦାନ ପ୍ରସ୍ତୁତ କରିସାରିଛନ୍ତି। ସେ କହିଛନ୍ତି ନାମ ପରିବର୍ତ୍ତନ ବ୍ୟତୀତ ମନୋନୀତ ଗ୍ରାମରେ ୭୫ ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସରକାର ସମ୍ମାନିତ କରିବେ।

ଚକ୍ରବର୍ତ୍ତୀ କହିଛନ୍ତି ସ୍ବାଧୀନତା ସଂଗ୍ରାମୀଙ୍କ ଜୀବନ ତଥା କାର୍ଯ୍ୟ ଉପରେ ଗୀତ ଏବଂ ନାଟକ ଆୟୋଜନ କରାଯିବ। ଏହି ଉତ୍ସବକୁ ସ୍ମରଣୀୟ କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହେବ । ଏହା ବ୍ୟତୀତ ସମସ୍ତ ୭୫ ଟି ଗାଁକୁ ସଡ଼କ ଯୋଗେ ସଂଯୋଗ କରିବାକୁ ବିଶେଷ ଧ୍ୟାନ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri