ସହରରେ ଲାଗିବ ୭୫୦ ସିସିଟିଭି

ଢେଙ୍କାନାଳ ଅଫିସ, ୨୯।୪: ଢେଙ୍କାନାଳରେ ଆପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ସାରା ସହରରେ ୭୫୦ଟି ସିସିଟିଭି କ୍ୟାମେରା ଲଗାଯିବ।  ନିର୍ବାଚନ ପୂର୍ବରୁ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ସମ୍ପର୍କରେ ପୂର୍ଣ୍ଣାଙ୍ଗ ତଥ୍ୟ ସଂଗ୍ରହ କରାଯିବ। ୬-୭ ବର୍ଷ ତଳର ପ୍ରାୟ ୭ଟି ପୁରୁଣା ମାମଲାର ରହସ୍ୟ ଖୁବ୍‌ଶୀଘ୍ର ଉନ୍ମୋଚନ ହେବ। ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ଶୁକ୍ରବାର ଟାଉନ ଥାନା ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ଅବସରରେ ଏହି ସୂଚନା ଦେଇଛନ୍ତି।
ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ରଙ୍କ ଉପସ୍ଥିତିରେ ଅପରାହ୍ନ ୨ଟାରେ ଟାଉନ ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡିଆଇଜି ଗଣମାଧ୍ୟମକୁ ସୂଚନା ଦେଇ କହିଲେ, ଟାଉନ ଥାନା ଅଞ୍ଚଳର ବିଭିନ୍ନ ଆପରାଧିକ ମାମଲାର ସମୀକ୍ଷା କରାଯାଇଛି। ପୁରୁଣା ମାମଲାଗୁଡ଼ିକ କିପରି ଫର୍ଦ୍ଦାଫାଶ ହେବ ସେ ନେଇ ଏସ୍‌ପିଙ୍କ ନେତୃତ୍ୱରେ କାର୍ଯ୍ୟ ଜାରିରହିଛି। ସହରରେ ଆତଙ୍କ ସୃଷ୍ଟି କରୁଥିବା ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଗତିବିଧି ଉପରେ ନଜର ରଖାଯିବ। ଆବଶ୍ୟକ ସ୍ଥଳେ ସେମାନଙ୍କ ଜାମିନ ରଦ୍ଦ ସମ୍ପର୍କରେ ମଧ୍ୟ ପଦକ୍ଷେପ ନିଆଯିବ। ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ଢେଙ୍କାନାଳ ସହରରେ ପ୍ରାୟ ୭୫୦ ସିସିଟିଭି କ୍ୟାମେରା ଲାଗିବ। ପିପିପି ମୋଡ୍‌ରେ ହେଉ କିମ୍ବା ଏଥିଲାଗି ଅନୁଦାନ ଯୋଗାଡ଼ କରାଯିବ। ବିଭିନ୍ନ ମାମଲାରେ ସମ୍ପୃକ୍ତ ଥାଇ ଫେରାର ଥିବା ୬୦ ଅଭିଯୁକ୍ତଙ୍କୁ ଗିରଫ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଟ୍ରାଫିକ୍‌ ସମସ୍ୟା ସୃଷ୍ଟି କରୁଥିବା ଜବରଦଖଲ ହଟାଇବା ଏବଂ ବିବାହ ଶୋଭାଯାତ୍ରା ବେଳେ ଶବ୍ଦ ପ୍ରଦୂଷଣକୁ ରୋକିବା ଲାଗି ପଦକ୍ଷେପ ନେବାକୁ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ କନଷ୍ଟେବଲ୍‌ ନିଯୁକ୍ତି ପାଇବା ପରେ ସେମାନଙ୍କୁ ଟ୍ରାଫିକ୍‌ ସମସ୍ୟାର ସମାଧାନ ଲାଗି ନିୟୋଜିତ କରାଯିବ। ଢେଙ୍କାନାଳ ସହରବାସୀଙ୍କୁ ପୋଲିସ ପକ୍ଷରୁ ଉନ୍ନତ ସେବା ଯୋଗାଇ ଦେବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ଡିଆଇଜି କହିଛନ୍ତି। ଖବରଦାତା ସମ୍ମିଳନୀରେ ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଟାଉନ ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?