Posted inବଜେଟ

ବଜେଟ୍‌ରେ ବେତନ ଭୋଗୀଙ୍କ ପାଇଁ ବଡ଼ ଘୋଷଣା, ମିଳିବ ୭୫ ହଜାର ଛାଡ଼

ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟରେ ବେତନ ଭୋଗୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ଆୟକର ଭରିବା ବେଳେ ବେତନ ଭୋଗୀଙ୍କୁ ମିଳୁଥିବା ୫୦ ହଜାର ଷ୍ଟାଣ୍ଡାର୍ଡ ଡିଡକ୍ସନକୁ ସରକାର ବଢ଼ାଇ ଦେଇଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷରୁ ସେମାନଙ୍କୁ ୭୫ ହଜାର ଟଙ୍କା ଷ୍ଟାଣ୍ଡାର୍ଡ ଡିଡକ୍ସନ ମିଳିବ । ଏଥିରେ କୋଟି କୋଟି ବେତନ ଭୋଗୀ ଉପକୃତ ହେବେ ବୋଲି ଜଣାପଡ଼ିଛି । ଅନ୍ୟପଟେ ବଜେଟ ସମୟରେ ଅର୍ଥମନ୍ତ୍ରୀ ଆୟକର ସ୍ଲାବ୍‌ରେଟ୍‌ରେ ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ଥିବା ୩ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ଛାଡ଼ ଅପରିବର୍ତ୍ତିତ ରହିଛି । ଅର୍ଥାତ ୩ ଲକ୍ଷ ପର୍ଯ୍ୟନ୍ତ ଆୟକର ଦେବାକୁ ପଡ଼ିବ ନାହିଁ । ତେବେ ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁସାର…
୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼

୩ ଲକ୍ଷରୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୫%

୭ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୧୦%

୧୦ଲକ୍ଷରୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୧୫%

୧୨ ଲକ୍ଷରୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୨୦%

୧୫ ଲକ୍ଷରୁ ଅଧିକ ଆୟ ଉପରେ ଟ୍ୟାକ୍ସ ହାର ୩୦% ରହିଛି ।
ଏହା ଆର୍ଥିକ ବର୍ଷ ୨୦୨୪-୨୫ ବର୍ଷରୁ ଲାଗୁ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri