Posted inଜାତୀୟ

୭୫୦୦ତମ ଜନଔଷଧି କେନ୍ଦ୍ର ଲୋକାର୍ପିତ

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫୦୦ତମ ଜନଔଷଧି କେନ୍ଦ୍ରକୁ ରବିବାର ଲୋକାର୍ପିତ କରିଛନ୍ତି। ଏହି କେନ୍ଦ୍ର ମେଘାଳୟର ଶିଲଂର ନର୍ଥ ଇଷ୍ଟର୍ନ ଇନ୍ଦିରା ଗାନ୍ଧୀ ରିଜିଓନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ଆଣ୍ଡ୍‌ ମେଡ଼ିକାଲ ସାଇନ୍ସ୍‌ଠାରେ ରହିଛି। ମାର୍ଚ୍ଚ ୭ ଜନଔଷଧି ଦିବସ ସମାରୋହରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ମୋଦି କହିଛନ୍ତି ଯେ, ଏସବୁ କେନ୍ଦ୍ର ମାଧ୍ୟମରେ ଦେଶର ସାଧାରଣ ଜନତାଙ୍କୁ ସୁଲଭ ଦାମରେ ଉଚ୍ଚଗୁଣବତ୍ତାଯୁକ୍ତ ଔଷଧ ଯୋଗାଇ ଦିଆଯାଉଛି। ଏହାଦ୍ୱାରା ଗରିବ ଏବଂ ମଧ୍ୟବିତ୍ତ ବର୍ଗ ଅଧିକ ଉପକୃତ ହୋଇପାରୁଥିବା ସେ କହିଛନ୍ତି। ଜନଔଷଧି କେନ୍ଦ୍ର ଖୋଲିବା ଯୋଗୁ ବହୁ ଯୁବବର୍ଗଙ୍କ ଆର୍ଥିକ ବିକାଶ ସମ୍ଭବ ହୋଇପାରିଛି। ଇତିମଧ୍ୟରେ ୧୧ କୋଟିରୁ ଅଧିକ ସାନିଟାରୀ ପ୍ୟାଡ୍‌ ଏସବୁ କେନ୍ଦ୍ର ଦ୍ୱାରା ବିକ୍ରି ହୋଇଛି। ୧,୦୦୦ରୁ ଅଧିକ ଜନଔଷଧି କେନ୍ଦ୍ର ମହିଳାଙ୍କ ପରିଚାଳିତ ହେଉଥିବା ନେଇ ସେ ସୂଚନା ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏସବୁ କେନ୍ଦ୍ରରୁ ଔଷଧ କିଣିଥିବା ଲୋକଙ୍କ ସହିତ ମଧ୍ୟ ଆଲୋଚନ କରିଛନ୍ତି। କରୋନା ମହାମାରୀ ଲଢ଼େଇରେ ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଭାରତୀୟ ଟିକା ଏବେ ପୃଥିବୀରେ ପ୍ରସିଦ୍ଧି ହାସଲ କରିପାରିଥିବା ସେ କହିଛନ୍ତି। ଖୁବ୍‌ ଶୀଘ୍ର ଦେଶରେ ଜନଔଷଧି କେନ୍ଦ୍ର ସଂଖ୍ୟା ୧୦ ହଜାର ଛୁଇଁବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri